ଆଉ ୧୭ ଜୀବନ ନେଲା କରୋନା

corona death in state

ଭୁବନେଶ୍ୱର : ରାଜ୍ୟରେ ଆଜି ଆଉ ୧୭ କରୋନା ସଂକ୍ରମିତଙ୍କର ମୃତ୍ୟୁ ହୋଇଛି । ଗୋଟିଏ ପଟେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଅନ୍ୟପଟେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିଚାଲିଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକ ଓ ନୟାଗଡ଼ରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନୁଗୁଳ, ଭଦ୍ରକ, ବଲାଙ୍ଗୀର ଓ ଢେଙ୍କାନାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଜଗତସିଂହପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏଥିସହ ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା ଜିଲ୍ଲାର ୪ ମୃତକଙ୍କ ମଧ୍ୟରୁ ୩ ଭୁବନେଶ୍ୱରର । ଏହାରି ମଧ୍ୟରେ ରାଜ୍ୟରେ କରୋନାଜନିତ ମୃୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here