ଦୀପାବଳିକୁ ନେଇ ବିଭିନ୍ନ ସମ୍ପ୍ରଦାୟରେ ଥିବା ଧାର୍ମିକ ବିଶ୍ୱାସ ଓ ପାଳନ

ଭୁବନେଶ୍ୱର: ନାନା ପୌରାଣିକ ମତବାଦ, ସଂଯୋଗ ଓ ଧର୍ମୀୟ ବିଶ୍ୱାସ ମଧ୍ୟରେ ବାନ୍ଧି ହୋଇ ରହିଥିବା ଏହି ପର୍ବକୁ ବୈଜ୍ଞାନିକ ଅନୁଶୀଳନ କଲେ ଜଣାପଡ଼େ ଏହା ଏକ କୃଷିଭିତ୍ତିକ ବିଧି । ଯାହା ପ୍ରାଚୀନ କଳିଙ୍ଗର ତାର କୃଷିକ୍ଷେତ୍ର ଓ ତତସହିତ ପୁରପଲ୍ଲୀରେ ପୋକ ନିୟନ୍ତ୍ରଣ ପାଇଁ ଆୟୋଜନ ହେଉଥିଲା । ଧାନର ଏନ୍ତୁଡ଼ିଶାଳ ଓଡ଼ିଶା ଚାଷବାସରେ ସମୃଦ୍ଧ ଥିଲା । ଏହାର ପାରମ୍ପରିକ ଚାଷ ପ୍ରଣାଳୀ ମଧ୍ୟ ବିଜ୍ଞାନ ସମ୍ମତ । ପୂର୍ବକାଳର ରୋଗପୋକ ନିୟନ୍ତ୍ରଣ ପଦ୍ଧତି ଅତି ଉତ୍କୃଷ୍ଟ ଥିଲା ବୋଲି ଆମେରିକାର ଗବେଷକ ଉପନୀତ ହୋଇଛନ୍ତି । ରୋଗପୋକ ଦମନ ପାଇଁ ଓଡ଼ିଆମାନେ ନିମ୍ବ ପତ୍ର ଓ ଆଲୋକ ଦିହୁରୀର ବହୁଳ ଉପଯୋଗ କରୁଥିବାର ଗବେଷକମାନେ ମତ ଦିଅନ୍ତି ।
ଜୈନ
ଜୈନ ଅନୁଗାମୀମାନଙ୍କ ପାଇଁ ଏହା ୫୨୭ରେ ମହାବୀର ଙ୍କର ମୋକ୍ଷ ବା ନିର୍ବାଣ ପ୍ରାପ୍ତିର ଦିନ ଭାବରେ ପାଳନ କରାଯାଇଥାଏ ।
ଜୈନଧର୍ମରେ ଦୀକ୍ଷିତ ବ୍ୟକ୍ତିମାନେ ୨୪ତୀର୍ଥଙ୍କର ମହାବୀରଙ୍କର ନିର୍ବାଣ ଦିବସ ରୂପେ ଏହିଦିବସକୁ ପାଳନ କରିଥା’ନ୍ତି । ଏ ସମ୍ପର୍କରେ ଗୋଟିଏ କାହାଣୀ ରହିଛି । ମହାବୀରଙ୍କର ଯେତେବେଳେ ମହାପ୍ରୟାଣ ଘଟିଲା, ସେତେବେଳେ ତାଙ୍କପାଖରେ ବହୁ ଜୈନ ଧର୍ମାବଲମ୍ବୀ ସନ୍ନ୍ୟାସୀ ଭକ୍ତ ଉପସ୍ଥିତ ହୋଇଥିଲେ । ମହାପ୍ରୟାଣ ପରେ ଏ ପୃଥିବୀ ପାଇଁ କିଏ ଆଉ ଜ୍ଞାନାଲୋକ ଦେବ, ଏହା ହିଁ ସେମାନେ ଚିନ୍ତାକଲେ । ସେମାନେ ସମସ୍ତେ ଏକତ୍ରିତ ହୋଇ ଦୀପାବଳି ଦିନ ମଶାଲ ଜଳାଇ ଦିବ୍ୟଜ୍ଞାନ ସନ୍ଧାନରେ ଯାଇଥିଲେ । ସେହିଦିନରୁ ଦୀପାବଳି ଦିନ ଆଲୋକ ଜଳେବାର ଚାଳିଆସୁଛି ।
ଖ୍ରୀଷ୍ଟପୂର୍ବ ୫୨୭ରେ ମହାବୀରଙ୍କୁ ଏହିଦିନରେ ନିର୍ବାଣ ପ୍ରାପ୍ତି ହୋଇଥିଲା । ସେହିଦିନକୁ ସ୍ମରଣକରିବା ପାଇଁ ଜୈନମାନେ ଦୀପାବଳି ପାଳନ କରନ୍ତି । ଏହି ଅବସରରେ ଦୀପ ଜଳାଯାଏ ଏବଂ ମିଷ୍ଟାନ୍ନ ବଣ୍ଟାଯାଏ । ଜୈନ ବ୍ୟବସାୟୀମାନେ ହିସାବଖାତା ଏବଂ ମୁଦ୍ରା ପୂଜାକରନ୍ତି । ସେହିବର୍ଷ ପାଇଁ ହିସାବଖାତା ବନ୍ଦ କରାଯାଏ । ପରବର୍ତ୍ତୀ ଆଠଦିନ କୌଣସି ବ୍ୟବସାୟ କରନ୍ତି ନାହିଁ । ସେମାନେ ଉପବାସ କରନ୍ତି; ଜପତପ କରନ୍ତି । ନବମଦିନରେ ଜୈନ ନବବର୍ଷ ପାଳିତ ହୁଏ ।
ଜୈନ ଧର୍ମାବଲମ୍ବୀଙ୍କ ଭଗବାନ ମହାବୀରଙ୍କ ନିର୍ବାଣପ୍ରାପ୍ତି ଦିବସ ଓ ଭଗବାନ ମହାବୀରଙ୍କ ଉତ୍ତରାଧ୍ୟାୟନ ସୂତ୍ର- ଶେଷପ୍ରବଚନ ପାଠର ମହାର୍ଘ୍ୟତିଥି ଭାବେ ଉତ୍ସାହର ସହିତ ଦୀପାବଳି ଉତ୍ସବ ପାଳନ କରାଯାଏ ।
ଶିଖ
ଏକଦଶଦର୍ଶି ମୋଗଲ ସମ୍ରାଟ ଔରଙ୍ଗଦେବଙ୍କଦ୍ୱାରା ଶିଖ‌ଧର୍ମର ଷଷ୍ଠଗୁରୁ ହରଗୋବିନ୍ଦ ସିଂହ ବନ୍ଦୀହୋଇ କାରାକୋଠରୀରେ ଆବଦ୍ଧ ହୋଇଥିଲେ । ଅଗଣିତ ଶିଖ ଧର୍ମାବଲମ୍ବୀଙ୍କ ଦୃଢବିରୋଧ ଯୋଗୁଁ ପରିଶେଷରେ ତାଙ୍କୁ କାରାମୁକ୍ତ କରାଗଲା । ତାଙ୍କୁ ସ୍ୱାଗତକରିବା ପାଇଁ ସେତେବେଳେ ସ୍ୱର୍ଣ୍ଣମନ୍ଦିରକୁ ଦୀପରେ ସଜାଯାଇଥିଲା । ସେ ଏହି ଦୀପାବଳିଦିନ କାରାମୁକ୍ତ ହୋଇ ଥିବାରୁ, ଏହିଦିନଟିକୁ ଅନ୍ଧାରରୁ ଆଲୋକସନ୍ଧାନ ପ୍ରାପ୍ତିର ଦିବସ ରୂପେ ଶିଖ ସମ୍ପ୍ରଦାୟ ପାଳିଆସୁଛନ୍ତି । ପାରମ୍ପରିକ ଭାବେ ଏହିଦିନରେ ଶିଖ‌ମାନେ ଗୋଇନ୍ଦୱ।ଲ୍ ସାହିବ ଗୁରୁଦ୍ୱାରକୁ ତୀର୍ଥକରି ଯାଆନ୍ତି ।
ଏହିଦିନଟିକୁ ଶିଖ‌ମାନଙ୍କ ପାଇଁ ଷଷ୍ଠଧର୍ମଗୁରୁଙ୍କ ସଂସ୍କରଣ ବନ୍ଦୀଛୋଡ୍ ଦିବସ ରୂପେ ପାଳନକରାଯାଏ ।
ଦୀପାବଳୀ ଓ ଦେବୀପୂଜା
ଦୀପାବଳୀରେ ସମଗ୍ର ଭାରତରେ ଦିବ୍ୟ ଜନନୀଙ୍କର ନାନା ରୂପରେ ପୂଜା କରାଯାଏ । ବଙ୍ଗଳା, ଆସାମ, ଓଡ଼ିଶା ଓ ବିହାରରେ ଦୀପାବଳୀ ମା କାଳୀଙ୍କ ପୂଜା କରାଯାଏ । କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ମଧ୍ୟ ରାତ୍ରୀରୁ ତାନ୍ତ୍ରିକ ଓ ଶାକ୍ତ ମତରେ ଦେବୀଙ୍କର ପୂଜା ହୁଏ । ମାଟିରେ ତିଆରି ମୂର୍ତ୍ତି ସହ ବିଭିନ୍ନ ଶକ୍ତି ପୀଠରେ ଏହା ପାଳିତ ହୁଏ ।

ସେହିପରି ଭାରତର ଅନ୍ୟାନ୍ୟ ଅଂଶରେ ଦୀପାବଳୀ ଲକ୍ଷ୍ମୀ ପୂଜାର ସମୟ । ବିଶେଷ କରି, ଉତ୍ତର ଭାରତରେ ମହାଲକ୍ଷ୍ମୀଙ୍କ ରୂପରେ ଦେବୀଙ୍କ ଆରାଧନା କରାଯାଏ । ଏହା ଏହି ସବୁ ଅଞ୍ଚଳରେ ଏକ ମୁଖ୍ୟ ପର୍ବ ରୂପେ ପାଳିତ ହୁଏ । ମିଥିଳା ଓ ନେପାଳରେ ଏହି ପର୍ବରେ ମହାନିଶାଙ୍କ ପୂଜା କରାଯାଏ ।

LEAVE A REPLY

Please enter your comment!
Please enter your name here