34.1 C
Bhubaneswar
Saturday, May 3, 2025
Homeଦେଶ ବିଦେଶରେପୋ ରେଟ୍‌ ଅପରିବର୍ତ୍ତିତ: ବଢିବନି ଇଏମଆଇ

ରେପୋ ରେଟ୍‌ ଅପରିବର୍ତ୍ତିତ: ବଢିବନି ଇଏମଆଇ

ନୂଆଦିଲ୍ଲୀ: ଦେଶରେ ମୁଦ୍ରାସ୍ଫୀତି ପରିସ୍ଥିତିକୁ ଚାହିଁ ‘ରେପୋ ରେଟ୍‌’ ୬.୫% ଅପରିବର୍ତ୍ତିତ ରଖିବା ଲାଗି ‘ମନିଟାରି ପଲିସି କମିଟି’ (ଏମ୍‌ପିସି) ନିଷ୍ପତ୍ତି ଗ୍ରହଣ କରିଥିବା କଥା ଆଜି ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ର ଗଭର୍ଣ୍ଣର୍‌ ଶକ୍ତିକାନ୍ତ ଦାସ କହିଛନ୍ତି। ସୂଚନାଯୋଗ୍ୟ, ଗତବର୍ଷ ମେ ମାସରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ରେପୋ ରେଟ୍‌ ୨୫୦ ବେସିସ୍‌ ପଏଣ୍ଟ୍‌ ବୃଦ୍ଧି କରିଥିଲା।ସେ ଆହୁରି ମଧ୍ୟ କହିଛନ୍ତି ଯେ, ୨୦୨୨ ମେ’ରେ ଗ୍ରହଣ କରାଯାଇଥିବା ନୀତି ନିଷ୍ପତ୍ତି ସବୁ ଏବେ ବି ଅର୍ଥନୈତିକ ବ୍ୟବସ୍ଥାରେ କାମ କରୁଛି। ସୁଧର ଦର କମ୍‌ ଥିବାରୁ ଅର୍ଥନୈତିକ କାର୍ଯ୍ୟକଳାପ ବିଶେଷ ସକ୍ରିୟ ଅଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking