23.1 C
Bhubaneswar
Wednesday, January 29, 2025
Homeଓଡିଶାଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର,  : ରବିବାର ଦିନ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ସୋଆର କୁଳାଧିପତି ପ୍ରଫେସର (ଡଃ) ଅମିତ ବାନାର୍ଜୀ ଜାତୀୟ ପତାକା ଉତୋଳନ କରିବା ସହ ଫ୍ୟାକଲ୍ଟି ମେମ୍ବର୍ସ ଏବଂ ଛାତ୍ରଛାତ୍ରୀମାନଙ୍କୁ ଏକ ସଶକ୍ତ ଏବଂ ସମୃଦ୍ଧ ରାଷ୍ଟ୍ର ନିର୍ମାଣ ପ୍ରକ୍ର୍ରିୟାରେ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ ।
ଉଚ୍ଚ ଶିକ୍ଷା, ଗବେଷଣା ଏବଂ ସ୍ୱାସ୍ଥ୍ୟ ସେବାକୁ ନେଇ ରାଷ୍ଟ୍ର ନିର୍ମାଣ ପ୍ରକ୍ରିୟାରେ ଶିକ୍ଷା ଓ ଅନୁସନ୍ଧାନ ଅଗ୍ରଣୀ ଭୂମିକା ନେଉଛି । ତେଣୁ ଆପଣଙ୍କର କଠିନ ପରିଶ୍ରମ ଓ ଉତ୍ସର୍ଗୀକୃତ ମନୋଭାବ ସୋଆ ପରିବାରକୁ ଆହୁରି ଉଚ୍ଚକୁ ନେବ ବୋଲି ପ୍ରଫେସର ବାନାର୍ଜି କହିଛନ୍ତି ।
ବିଶ୍ୱବିଦ୍ୟାଳୟର ଷ୍ଟାଡିୟମ୍‌ରେ ଆୟୋଜିତ ସମାରୋହରେ ସୋଆର ଭାରାପ୍ରାପ୍ତ କୁଳପତି ତଥା ଡିନ୍ (ସ୍ପନ୍ସର୍ଡ ରିସର୍ଚ୍ଚ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ କନ୍‌ସଲ୍‌ଟାନ୍ସି) ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, ବିଭିନ୍ନ ଅନୁଷ୍ଠାନର ଡିନ୍‌, ନିର୍ଦ୍ଦେଶକ, ଛାତ୍ର ଏବଂ ଅଧିକାରୀମାନେ ଉପସ୍ଥିତ ଥିଲେ ।
ସୋଆର ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ, ଏନ୍‌ସିସ କ୍ୟାଡେଟ, ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ, ସୋଆ ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ କଲେଜ ଏବଂ ସିକ୍ୟୁରିଟି ୱିଙ୍ଗ ପରେଡରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ ବିଶ୍ୱବିଦ୍ୟାଳୟର ଫ୍ଲାଗ୍ ୟୁନିଟ୍ ପରେଡରେ ଭାଗ ନେଇଥିବା ବେଳେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ସେହିପରି ସୋଆ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍‌ର ଛାତ୍ରଛାତ୍ରୀ ଦ୍ୱିତୀୟ ସ୍ଥାନ ଏବଂ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌) ତୃତୀୟ ସ୍ଥାନ ଅଧିକାର କରିଥିଲେ । ସୋଆ ଛାତ୍ର ମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।
ପୂର୍ବରୁ ବିଶ୍ୱବିଦ୍ୟାଳୟ ପରିସରରେ ସୋଆର ଉପକୁଳପତି ତଥା ରେଜିଷ୍ଟ୍ରାର ପ୍ରଫେସର ବିଭୁତି ଭୂଷଣ ପ୍ରଧାନ ଜାତୀୟ ପତାକା ଉତୋଳନ କରିଥିଲେ । ଏହି ଅବସରରେ ସୋଆର ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ, ୟୁନିଭର୍ସିଟି ଆଉଟ୍‌ରିଚ୍ ପ୍ରୋଗ୍ରାମ୍‌ର ନିର୍ଦ୍ଦେଶକ ପ୍ରଫେସର ନଚିକେତା ଶର୍ମା, ଡିଷ୍ଟିଙ୍ଗୁଇସଡ୍ ଉମାଚରଣ ମହାନ୍ତି ଏବଂ ଜଏଂଟ ରେଜିଷ୍ଟ୍ରାର ଶ୍ରୀ ଭୀଷ୍ମ ଚରଣ ଦାସ ଓ ଶ୍ରୀ ଶଶାଙ୍କ ମିଶ୍ର ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking