30.1 C
Bhubaneswar
Monday, May 20, 2024
Homeଓଡିଶାଆଇଏଏସ୍ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କୁ ନୂଆ ଦାୟିତ୍ବ

ଆଇଏଏସ୍ ସ୍ତରରେ ଅଦଳବଦଳ: ୭ ଅଧିକାରୀଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ବର: ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଷ୍ଣୁପଦ ସେଠୀ ହେଲେ ପ୍ରମୁଖ ଶାସନ ସଚିବ। ତାଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଦାୟିତ୍ବ ଦିଆଯାଇଛି।

ଅପରପକ୍ଷରେ ଭାସ୍କର ଜ୍ୟୋତି ଶର୍ମା ଲ୍ୟାଣ୍ଡ ରେକର୍ଡ ଓ ସେଟଲମେଣ୍ଟ କମିଶନର ଓ ବି ପରମେଶ୍ବରନ ଚକବନ୍ଦୀ କମିଶନର ଭାବେ ନିଯୁକ୍ତ ହୋଇଛନ୍ତି। ଠିକ୍ ସେହିପରି ଜ୍ୟୋତି ପ୍ରକାଶ ଦାସଙ୍କୁ ପଞ୍ଚାୟତିରାଜ ନିର୍ଦେଶକ ଏବଂ ଅରିନ୍ଦମ ଡାକୁଆଙ୍କୁ ପାନୀୟ ଜଳ ଓ ପରିମଳ ବିଭାଗର ନିର୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି। ଏଣେ ଇନ୍ଦ୍ରମଣି ତ୍ରିପାଠୀ ଏସସି ଓଏସଟି ବିଭାଗର ନିର୍ଦେଶକ ଓ ସୁବ୍ରତ ଶତପଥୀଙ୍କୁ ଆଇଜିଆର୍ ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking