24.1 C
Bhubaneswar
Tuesday, February 18, 2025
Homeଓଡିଶାଓଏଏସ୍ ସ୍ତରରେ ଅଦଳବଦଳ

ଓଏଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଧିକାରୀ ସ୍ତରରେ ଅଦଳବଦଳ କରାଯାଇଛି । ରାଜ୍ୟର ୫ ଜଣ ଓଏଏସ୍ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଇଛି । ପୂର୍ବରୁ ଢେଙ୍କାନାଳ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ନରୋତ୍ତମ ବେହେରାଙ୍କୁ ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ଶାସନ ସଚିବ, ମହିଳା ଓ ଶିଶୁ ବିକାଶ ଅତିରିକ୍ତ ସଚିବ ଥିବା ରଶ୍ମୀରଞ୍ଜନ ନାୟକଙ୍କୁ ଜଳ ସମ୍ପଦ ଅତିରିକ୍ତ ସଚିବ, ଉଚ୍ଚଶିକ୍ଷା ବିଭାଗର ଯୁଗ୍ମ ସଚିବ ଥିବା ଶାନ୍ତନୁ କୁମାର ମହାନ୍ତିଙ୍କୁ ପର୍ଯ୍ୟଟନ ବିଭାଗର ଯୁଗ୍ମ ସଚିବ, ଢେଙ୍କାନାଳ ଉପଜିଲ୍ଲାପାଳ ଥିବା ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କୁ ଢେଙ୍କାନାଳ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଓ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟାଙ୍କ ଓଏସଡି ଥିବା ଅମୀୟ କୁମାର ରାଉତଙ୍କୁ ମୋ କଲେଜ ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସାଧରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking