28.1 C
Bhubaneswar
Sunday, September 8, 2024
Homeଓଡିଶାବିଧାନସଭା ପାଇଁ ସାଧରଣ ଲୋକଙ୍କ ଯିବା ଆସିବା ଉପରେ କଟକଣା

ବିଧାନସଭା ପାଇଁ ସାଧରଣ ଲୋକଙ୍କ ଯିବା ଆସିବା ଉପରେ କଟକଣା

ଭୁବନେଶ୍ୱର: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଦୁଇଟି ପର୍ଯ୍ୟାୟରେ ହେବାକୁ ଯାଉଅଛି । ପ୍ରଥମ ପର୍ଯ୍ୟାୟ ଆସନ୍ତା ୨୨ତାରିଖ ଠାରୁ ୩୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ଅଗଷ୍ଟ ୨୦ ତାରିଖ ଠାରୁ ସେପ୍ଟେମ୍ବର ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ସମୟରେ ବିଧାନସଭାକୁ ସଂଯୋଗ କରୁଥିବା ରାସ୍ତାରେ ସାଧାରଣ ଲୋକଙ୍କ ଯିବା ଆସିବା ଉପରେ କଟକଣା ଲଗାଯାଇଛି । ବିଧାନସଭା ଚାଲୁଥିବା ସମୟରେ ଏହି ରାସ୍ତାରେ ନ ଆସିବାକୁ ପୁଲିସ ପରାମର୍ଶ ଦେଇଛି । ବିଧାନସଭା ଚାଲୁଥିବା ସମୟରେ ଯାନବାହାନ ଚଳାଚଳ ଓ ନିରାପତ୍ତାକୁ ଦୃଷ୍ଟିରେ ରଖି, ବିଧାନସଭା ସଲଗ୍ନ ରାସ୍ତାମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ର ଧାରା ୨୮ (ଓଡ଼ିଶା ଆକ୍ଟ ୨୦୦୭ର ଧାରା ୮) ଏବଂ ପୁଲିସ କମିଶନରେଟ୍ ଭୁବନେଶ୍ୱର କଟକ ଟ୍ରାଫିକ୍ ଓ ପବ୍ଲିକ୍ ଅର୍ଡର ଓ ରେଗୁଲେଶନ ୨୦୦୮ ଧାରା ୩୭ ଅନୁସାରେ କଟକଣା ଗୁଡ଼ିକ ଲାଗୁ କରାଯାଇଛି । ହାଉସିଂ ବୋର୍ଡ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଆସୁଥିବା ସମସ୍ତ ଯାନବାହାନ ଗୁଡ଼ିକ କେଶରୀ ଟକିଜ୍ ଠାରୁ ବାମ ପାର୍ଶ୍ୱ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ସେହିପରି ଏ.ଜି. ଛକ ପଟୁ ପି.ଏମ୍‌.ଜି. ଛକ ଆଡ଼କୁ ଆସୁଥିବା ସମସ୍ତ ଯାନବାହାନ ଗୁଡ଼ିକ ଜୟଦେବ ଭବନ ପାଖରେ ଡାହାଣ ପାର୍ଶ୍ୱରେ ଥିବା ଇନ୍ଦିରା ଗାନ୍ଧୀ ପାର୍କ ରାସ୍ତା ଦେଇ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ । ମାଷ୍ଟର କ୍ୟାଣ୍ଟିନ୍ ଛକ ପଟୁ ଆସୁଥିବା ସମସ୍ତ ଯାନବାହାନ ଗୁଡ଼ିକ ଲୋୟର ପି.ଏମ.ଜି. ଛକ ଠାରୁ ବାମ କିମ୍ବା ଡାହାଣ ପାର୍ଶ୍ୱ ରାସ୍ତା ଦେଇ ଯାଇପାରିବେ । ୧୨୦ ବାଟାଲିୟନ ଛକ ପଟୁ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହାନ ଗୁଡ଼ିକ ପାୱାର ହାଉସ୍ ଛକ ଦେଇ ଯିବେ । ରାଜଭବନ ଛକ ପଟୁ ଏମ.ଏଲ୍‌.ଏ କଲୋନୀ ଏବଂ ରବୀନ୍ଦ୍ର ମଣ୍ଡପ ଆଡ଼କୁ ଯିବାକୁ ଚାହୁଁଥିବା ସମସ୍ତ ଯାନବାହାନ ଗୁଡ଼ିକ ଶାସ୍ତ୍ରୀ ନଗର ଛକ ଆଡ଼କୁ ଯିବେ । ଯେଉଁମାନଙ୍କ ପାଖରେ ଓଡ଼ିଶା ରାଜ୍ୟ ଅତିଥି ଭବନ ଯିବା ନିମନ୍ତେ ପାସ୍ ଥିବ ସେମାନେ ୧୨୦ ବାଟାଲିୟନ ଛକ ପଟୁ ଓଡ଼ିଶା ରାଜ୍ୟ ଅତିଥି ଭବନ ସାମ୍ନା ଗେଟ୍ ପର୍ଯ୍ୟନ୍ତ ଆସିପାରିବେ । ଏହି କଟକଣା ଗୁଡ଼ିକ ଜରୁରୀକାଳୀନ କାର୍ଯ୍ୟରେ ନିୟୋଜିତ ଥିବା ଯାନବାହାନ (ପୋଲିସ, ଅଗ୍ନିଶମ ଓ ଆମ୍ବୁଲାନ୍ସ ) ଏବଂ ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ କାର୍ଯ୍ୟାଳୟକୁ ଯାଉଥିବା ଅଧିକୃତ ଯାନବାହାନମାନଙ୍କ ନିମନ୍ତେ ଲାଗୁ ହେବ ନାହିଁ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking