ଭୁବନେଶ୍ୱର: ଅବସରପ୍ରାପ୍ତ ୬୩୮ ଶିକ୍ଷକଙ୍କୁ ଅତିଥି ଶିକ୍ଷକ ଭାବେ ମିଳିବ ନିଯୁକ୍ତି । ଅନଦାନପ୍ରାପ୍ତ , ବ୍ଲକଗ୍ରାଣ୍ଟ ହାଇସ୍କୁଲ ସହ ସଂସ୍କୃତ ଟୋଲ ସ୍କୁଲରେ ମିଳିବ ନିଯୁକ୍ତି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟକୁ ଚିଠି ଦିଆଯାଇଛି । ନୂଆ ଟିଜିଟି ନିଯୁକ୍ତ ହେବା ଯାଏଁ ଏମାନେ ଶିକ୍ଷକତା କରିବେ । ନିଜ ଅଞ୍ଚଳରେ ଫାଙ୍କା ଥିବା ପଦବୀ ବିଷୟରେ ଅବଗତ କରିବେ ଡିଇଓ । ଖାଲି ପଦବୀରେ ଟିଜିଟି ନିଯୁକ୍ତ ହେଲେ ଅତିଥି ଶିକ୍ଷକ ଅପସାରିତ ହେବେ ।









