28.1 C
Bhubaneswar
Friday, February 27, 2026
Homeଓଡିଶାଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ଆରକ୍ଷୀ ମହାନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ

ସାରା ରାଜ୍ୟରେ ଆସନ୍ତା କିଛିଦିନ ମଧ୍ୟରେ ପର୍ବପର୍ବାଣୀର ମାହୋଲ ଆରମ୍ଭ ହେବାକୁ ଯାଉଛି। ଆସନ୍ତା ୩ ତାରିଖରେ ଦୋଳ ପୂର୍ଣିମା, ୪ ତାରିଖରେ ହୋଲି, ୨୧ ତାରିଖରେ ଇଦ-ଉଲ-ଫିତର, ୨୭ ତାରିଖରେ ଶ୍ରୀ ରାମ ନବମୀ, ଅପ୍ରେଲ ୧୪ ତାରିଖରେ ହନୁମାନ ଜୟନ୍ତୀ ଏବଂ ମହା ବିଷୁବ ସଂକ୍ରାନ୍ତି ପାଳିତ ହେବ। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କ ନିରାପତ୍ତା ତଥା ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ରାଜ୍ୟ ପୋଲିସ ମୁଖ୍ୟା ଳୟ ଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଥିବା ଏହି ବୈଠକରେ ସମସ୍ତ ପର୍ବପର୍ବାଣୀ ଗୁଡିକୁ ଶୃଙ୍ଖଳିତ, ଶାନ୍ତିପୂର୍ଣ ପରିବେଶରେ ପାଳନ କରାଯିବା ନିମନ୍ତେ ଡିଜିପି ଶ୍ରୀ ଖୁରାନିଆ ବରିଷ୍ଠ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ପର୍ବପର୍ବାଣୀ ଅବସରରେ ପୋଲିସ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯିବା ଉପରେ ଡିଜିପି ବୈଠକରେ ଗୁରୁତ୍ଵାରୋପ କରିଥିଲେ। ବିଶେଷକରି ବିଭିନ୍ନ ସମୟରେ ସୋସିଆଲ ମିଡିଆରେ ଗୁଜବ, ବିଭ୍ରାନ୍ତିକର ଓ ଉତ୍ତେଜନାମୂଳକ ପ୍ରଚାର ରୋକିବା ପାଇଁ ତଥ୍ୟ ସଂକ୍ରାନ୍ତରେ ସଦାସର୍ବଦା ନଜର ରଖିବା ଉପରେ ଗୁରୁତ୍ଵ ଦେଇଥିଲେ। ଏଥି ନିମନ୍ତେ ଜିଲ୍ଲାଗୁଡିକରେ କାର୍ଯ୍ୟ କରୁଥିବା ସାଇବର ସେଲ ଦ୍ଵାରା ବିଭିନ୍ନ ସୋସିଆଲ ମିଡିଆ ପ୍ଲାଟଫର୍ମ ଉପରେ ୨୪ ଘଣ୍ଟିଆ ପାଟ୍ରୋଲିଂ କରିବାକୁ ଡିଜିପି ପରାମର୍ଶ ଦେଇଛନ୍ତି ।

ଏହାବ୍ୟତୀତ ସମ୍ବେଦନଶୀଳ ସ୍ଥାନ ଗୁଡିକରେ ପୋଲିସ ପାଟ୍ରୋଲିଂ, କଡାକଡି ଚେକିଂ, ଶୋଭାଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥା, ସହରର ସମ୍ବେଦନଶୀଳ ସ୍ଥାନ ଗୁଡିକରେ ସିସିଟିଭି ସ୍ଥାପନ ,ଗୁଇନ୍ଦା ସୂଚନା ସଂଗ୍ରହ, ଶାନ୍ତି କମିଟି ଗଠନ ସହ ବିଭିନ୍ନ ଗୋଷ୍ଠୀ ମାନଙ୍କ ସହ ବୈଠକ, ସ୍ଥାନୀୟ ଲୋକପ୍ରତିନିଧି ମାନଙ୍କ ସହ ସୁସମ୍ପର୍କ ସ୍ଥାପନ, ଅଭ୍ୟାସଗତ ଅପରାଧୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସମସ୍ତ ଜିଲ୍ଲା ଏସପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ନିଶାସକ୍ତ ଗାଡିଚାଳକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଟ୍ରାଫିକ ଉଲଂଘନକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ, ଡି.ଜେ. ଶବ୍ଦ ପ୍ରଦୁଷଣ ଉପରେ କଟକଣା, ଗୁଜବକାରୀଙ୍କୁ ଚିହ୍ନଟ, ପଦଯାତ୍ରା ଏବଂ ବାଇକ ରାଲି ସମୟରେ ପୋଲିସ ପକ୍ଷରୁ ସ୍ଵତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିବାକୁ ସମସ୍ତ ଜିଲ୍ଲାର ଏସପି ତଥା ବରିଷ୍ଠ ପୋଲିସ ଅଧିକାରୀଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ। ଏହାସହ ଯେକୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତିର ସମ୍ମୁଖୀନ ହେବାକୁ ସଦାସର୍ବଦା ପ୍ରସ୍ତୁତ ରହିବାକୁ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ବୈଠକରେ ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଧୂନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ଶ୍ରୀ ସଞ୍ଜୟ କୁମାର, ଆଇଜିପି (ପର୍ସୋନେଲ) ଶ୍ରୀ ଏସ. ପ୍ରବୀଣ କୁମାର, ଡିଆଇଜିପି (ପ୍ରୋଭିଜନିଂ) ଶ୍ରୀ ଚରଣ ସିଂ ମିନା, ଡିଆଇଜିପି (ପର୍ସୋନେଲ) ଶ୍ରୀ ଯୁଗଳ କିଶୋର କୁମାର ବନୋଥଙ୍କ ସମେତ ଆଭାସୀ ମାଧ୍ୟମରେ ସମସ୍ତ ରେଞ୍ଜ ଆଇଜି/ ଡିଆଇଜି ଏବଂ ଜିଲ୍ଲାର ସମସ୍ତ ଏସପି ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking