ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଜିଲ୍ଲା ଯୋଜନା ଓ ସମ୍ମନ୍ବୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କ ଅଧ୍ୟକ୍ଷତାରେ ବିଦ୍ୟୁତ୍ ବିଭାଗର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗ ପକ୍ଷରୁ ଲାଞ୍ଜିଗଡ଼ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ବିଦ୍ୟୁତ୍ ସେବା, ନୂତନ ବିଦ୍ୟୁତୀକରଣ ଓ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସଂପର୍କରେ ସମୀକ୍ଷା କରିଥିଲେ । ଏଥିରେ ୱେସ୍କୋର ଜିଲ୍ଲାସ୍ତରୀୟ ଅଧିକାରୀ, ଓରେଡ଼ା, ଏନ୍ ଟିପିସି ଆଦି ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ । ବିଧାୟକଙ୍କ ସହିତ ବିଧାୟକ ପ୍ରତିନିଧି ଋତୁରାଜ ମାଝୀଙ୍କ ସମେତ ଅନ୍ୟାନ୍ୟ କର୍ମକର୍ତ୍ତା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here