27.1 C
Bhubaneswar
Friday, June 28, 2024
Homeଓଡିଶାପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

ପୁରୀ ଓ ନୟାଗଡ ଜିଲ୍ଲାର ଅଭିଯୋଗ ସଂପର୍କରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ସମୀକ୍ଷା

ଉପଯୁକ୍ତ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ପୁରୀ ପୌରପାଳିକା ଲିଜ୍‌ ଜମି ଗୁଡିକ ହେବ ନିୟମିତ
ବର୍ଷ ବର୍ଷର ସମସ୍ୟାର ହେବ ସମାଧାନ
୨୦ ଦିନ ମଧ୍ୟରେ ସର୍ଭେ କାମ ସାରିବାକୁ ୫-ଟି ସଚିବଙ୍କ ନିର୍ଦ୍ଦେଶ
ବୃତ୍ତଙ୍ଗ ଜଳସେଚନ ପ୍ରକଳ୍ପ କାମ ପାଇଁ ଟେଣ୍ଡର ସେପ୍ଟେମ୍ବର ଶେଷ ସୁଦ୍ଧା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବଙ୍କ ପୁରୀ ଓ ନୟାଗଡ ଜିଲ୍ଲା ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ବିଭିନ୍ନ ଅଭିଯୋଗ ମିଳିଥିଲା। ଏ ସଂପର୍କରେ 5-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ପରେ, ଆଜି ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ବିସ୍ତୃତ ଆଲୋଚନା କରାଯାଇ   ନିଷ୍ପତ୍ତି ଗ୍ରହଣ କରାଯାଇଛି । ପୁରୀ ପୌରପାଳିକା ଜମି ସମସ୍ୟା ସଂପର୍କରେ 5-ଟି ସଚିବଙ୍କ ଗସ୍ତ ସମୟରେ ଜନସାଧାରଣ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।   ପୁରୀ ପୌରପାଳିକା ଦ୍ଵାରା ପୌରପାଳିକା ନିୟମ ଓ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଅନୁଯାୟୀ ଦିଆଯାଇଥିବା ଲିଜଗୁଡିକୁ ନିୟମିତ କରିବା ପାଇଁ ବୈଠକରେ ନୀତିଗତ ନିଷ୍ପତ୍ତି ନିଆଯାଇଛି ।
ଏହି କାର୍ଯ୍ୟକୁ ଧାର୍ଯ୍ୟ ଅବଧି ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିପାଇଁ ଆବଶ୍ୟକ ସର୍ଭେ କାମକୁ ୨୦ ଦିନ ମଧ୍ୟରେ ଶେଷ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ  ଜିଲ୍ଲାପାଳଙ୍କୁ ଆବଶ୍ୟକ ଅତିରିକ୍ତ ରାଜସ୍ବ ଅଧିକାରୀ ଯୋଗାଇ ଦେବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।ପୁରୀ ପୌରପାଳିକା ବହୁ ବର୍ଷ ଧରି  ବିଭିନ୍ନ ଅନୁଷ୍ଠାନ ଓ ଲୋକମାନଙ୍କୁ ଲିଜ ସୂତ୍ରରେ  ପ୍ରାୟ  ୫୦୪ ଏକର ଜମି ଦେଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ଉପଯୁକ୍ତ ଲିଜ୍ ସର୍ତ୍ତାବଳୀ ଓ ପୌରପାଳିକା ନିୟମ ଅନୁସାରେ ଆବଣ୍ଟିତ ଲିଜ୍୍ ନିୟମିତ କରିବା ପାଇଁ ବ୍ୟକ୍ତିବିଶେଷ ଓ ଅନୁଷ୍ଠାନ ମାନଙ୍କ ଉପରେ ଉପଯୁକ୍ତ ଦେୟ ଧାର୍ଯ୍ୟ କରିବାକୁ ବୈଠକରେ ନିଷ୍ପତ୍ତି ହୋଇଛି ।
ନୟାଗଡ ଜିଲ୍ଲାର   ମଂଜରୀ ଗ୍ରାମ ନିକଟରେ ବୃତ୍ତଙ୍ଗ ନଦୀ ଉପରେ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା । ପରିବେଶ ତଥା ଅନ୍ୟାନ୍ୟ ଆବଶ୍ୟକ ମଂଜୁରୀ ମିଳିବା ପରେ ପ୍ରକଳ୍ପ ପାଇଁ ତୁରନ୍ତ ଟେଣ୍ଡର ଆହ୍ବାନ କରିବା ପାଇଁ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ଏହି ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking