24.1 C
Bhubaneswar
Tuesday, February 10, 2026
Homeଓଡିଶାହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ; ଖୁବ୍ ଶୀଘ୍ର ପୂରଣ ହେବ ଖାଲି...

ହୋମ ଗାର୍ଡ ନିଯୁକ୍ତି ଉପରେ ଥିବା ରହିତାଦେଶ ପ୍ରତ୍ୟାହୃତ; ଖୁବ୍ ଶୀଘ୍ର ପୂରଣ ହେବ ଖାଲି ପଦବୀ

ଭୁବନେଶ୍ୱର: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ban ପ୍ରତ୍ୟାହୃତ ହୋଇଛି। ଏହାଦ୍ବାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ। ସୂଚନା ଯୋଗ୍ୟ ଯେ ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି। ୨୩୬୯ ପଦବୀ ଖାଲି ଅଛି। ଏହି ନିଷ୍ପତ୍ତି ଦ୍ବାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking