25.9 C
Bhubaneswar
Tuesday, April 7, 2026
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ

ସଡକ ଦୁର୍ଘଟଣା : ୧ ମୃତ

ସୁବର୍ଣ୍ଣପୁର : ରବିବାର ବିଳମ୍ବିତ ରାତିରେ ସୁବର୍ଣ୍ଣପୁର ଜିଲ୍ଲାରେ ଦୁର୍ଘଟଣାରେ ଜଣେ ବାଇକ ଚାଳକଙ୍କର ମୃତ୍ୟୁ ହୋଇଛି । ମୃତକ ଜଣକ ବିକାଶ ଜଗଦଲା । ସୂଚନା ଅନୁସାରେ, ରବିବାର ବିଳମ୍ବିତ ରାତିରେ ବିକାଶ କୌଣସି କାମ ପାଇଁ ବାଇକ ଯୋଗେ ବାହାରକୁ ଯାଇଥିଲେ । କାମ ସାରି ରାତିରେ ଘରକୁ ଫେରୁଥିବା ସମୟରେ କୌଣସି କାରଣରୁ ବାଇକ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଫଳରେ ବାଇକ ଚାଳକଙ୍କର ମୃତ୍ୟୁ ହୋଇଯାଇଥିଲା । ସ୍ଥାନୀୟ ଲୋକ, ଏହି ଖବର ପୋଲିସକୁ ଦେଇଥିଲେ । ପୋଲିସ ଖବର ପାଇ, ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ପରେ ବାଇକକୁ ଜବତ କରିବା ସହିତ ଘଟଣାର ତଦନ୍ତ କରୁଛି । ଏହି ଘଟଣାରେ ପରିବାରରେ ଶୋକର ଛାୟା ଖେଳିଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking