29.1 C
Bhubaneswar
Friday, June 28, 2024
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ

ସଡକ ଦୁର୍ଘଟଣା : ୧ ମୃତ

ମାଲକାନଗିରି : ମାଲକାନଗିରି ସହରର ଡିଏନକେ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା । ଫଳରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ ଜଣେ ମହିଳା ଯାଉଥିବା ସମୟରେ ବିପରୀତ ପଟୁ ଏକ ଦ୍ରୁତଗାମୀ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ମହିଳାଙ୍କର ମୃତ୍ୟୁ ହୋଇଥିଲା । ଏହାସହ ଅନ୍ୟ ଜଣେ ସାଇକେଲ ଚାଳକ ଗୁରୁତର ହୋଇଛନ୍ତି । ମୃତ ମହିଳା ଜଣଙ୍କ ମାଲକାନଗିରି ପୈାର ପରିଷଦର ଝାଡୁଦାର ବୋଲି ଜଣାପଡିଛି । ତେବେ ଏନେଇ ଖବର ପାଇବା ପରେ ପୋଲିସ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣା ସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking