22.1 C
Bhubaneswar
Friday, February 13, 2026
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ

ସଡକ ଦୁର୍ଘଟଣା : ୧ ମୃତ

ପୁରୀ : ପୁରୀ ଜିଲ୍ଲା କୋଣାର୍କ କଲେଜ ଛକ ନିକଟରେ ଘଟିଛି ସଡକ ଦୁର୍ଘଟଣା । ବାଇକକୁ ଧକ୍କା ଦେଲା ବସ୍ । ଫଳରେ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ଶୁକ୍ରବାର ରାତିରେ ଜଣେ ବ୍ୟକ୍ତି ବିବାହ ଭୋଜି ଖାଇ ବାଇକରେ ଘରକୁ ଫେରୁଥିବା ସମୟରେ ଅଧାବାଟରେ ବାଇକ୍‌କୁ ପଛପଟୁ ଏକ ବସ ଧକ୍କା ଦେଇଥିଲା । ଫଳରେ ବାଇକ୍ ଆରୋହୀ ଗୁରୁତର ହୋଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ଗୋପ ମେଡିକାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଭୁବନେଶ୍ବର ସ୍ଥାନାନ୍ତରିତ କରାଯାଇଥିଲା । କିନ୍ତୁ ବାଟରେ ଗୁରୁତରଙ୍କର ମୃତ୍ୟୁ ହୋଇଯାଇଥିଲା । ଖବର ପାଇ, ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି କରିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking