ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ଅନ୍ତର୍ଗନ୍ତ ୧୪୩ ନମ୍ବର ଜାତୀୟ ରାଜପଥ ଧାନ ଘର ନିକଟରେ ଘଟିଛି ଦୁର୍ଘଟଣା । ଭାରସାମ୍ୟ ହରାଇ ଡିଭାଇଡରରେ ପିଟିହେଲା ବୋଲେରୋ। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ବୋଲେରୋଟି ବାଲେଶ୍ୱର ଭୋଗରାଇରୁ ରାଉରକେଲା ଅଭିମୁଖେ ଯାଉଥିଲା। ଧାନ ଘର ନିକଟରେ ବୋଲେରୋଟି ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହୋଇଥିଲା। ଦୁର୍ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡ୍ରାଇଭରର ଆଖି ଲାଗିଯିବା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି ।