31.1 C
Bhubaneswar
Saturday, March 28, 2026
Homeଓଡିଶାଗଞ୍ଜାମରେ ସଡକ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୨ ଲକ୍ଷ

ଗଞ୍ଜାମରେ ସଡକ ଦୁର୍ଘଟଣା : ମୃତକଙ୍କ ପରିବାରକୁ ୨ ଲକ୍ଷ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ସଂଗଠିତ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଦେବା ସହ ଗୁରୁତର ଆହତଙ୍କୁ ୧ ଲକ୍ଷ ଲେଖାଏଁ କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । କେବଳ ସେତିକି ନୁହେଁ,ଆହତଙ୍କ ଚିକିତ୍ସା ସଂପୂର୍ଣ୍ଣକୁ ମାଗଣା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳୁ ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଥାନା ଅନ୍ତର୍ଗତ ସମ୍ବରଝୋଳ ତଥା କଞ୍ଜୁରୁ ଛକଠାରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ୍‌ କରିବାକୁ ଯାଇ ଯାତ୍ରୀବାହୀ ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଗୁରୁତର ହୋଇଛନ୍ତି। ‘ଖମ୍ବେଶ୍ୱରୀ’ ନାମକ ଯାତ୍ରୀବାହୀ ବସ୍‌ ୪୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଧରି ବ୍ରହ୍ମପୁର ଅଭିମୁଖେ ଆସୁଥିଲା। ଉକ୍ତ ସମୟରେ ତେଲ ଟାଙ୍କରଟି ବ୍ରହ୍ମପୁରରୁ ଆସ୍କା ପଟକୁ ଆସୁଥିଲା। କଞ୍ଜୁରୁ ଛକଠାରେ ତେଲ ଟ୍ୟାଙ୍କରଟି ଏକ ଟ୍ରକ୍‌କୁ ଓଭରଟେକ୍‌ କରିବାକୁ ଚେଷ୍ଟା କରୁଥିଲା। ମାତ୍ର ଗାଡ଼ିଟି ଭାରସାମ୍ୟ ହରାଇ ବିପରୀତ ଦିଗରୁ ଆସୁଥିବା ବସ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏହାପରେ ଦୁଇଟି ଗାଡ଼ି ରାସ୍ତା ପାର୍ଶ୍ୱରେ ଥିବା ଚା’ ଦୋକାନ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ଚା’ ପିଉଥିବା ୩ ଜଣଙ୍କ ସମେତ ଜଣେ ବସ୍‌ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିସହ ବସ୍‌ରେ ଥିବା ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking