20.1 C
Bhubaneswar
Saturday, February 14, 2026
Homeଓଡିଶାସଡକ ଦୁର୍ଘଟଣା : ୨୦ରୁ ଅଧିକ ଯାତ୍ରୀ ଆହତ

ସଡକ ଦୁର୍ଘଟଣା : ୨୦ରୁ ଅଧିକ ଯାତ୍ରୀ ଆହତ

କୋରାପୁଟ : ଆଜି ସକାଳେ କୋରାପୁଟ ଜିଲ୍ଲା ଏନଏଚ ୩୨୬ ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ଡୁମୁରିପଦର ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାଠ ବୋଝେଇ ଟ୍ରକ୍ ସହ ବସ୍ ମୁହାମୁହିଁ ଧକ୍କା ହେବାରୁ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ ଏକ ଘରୋଇ ବସ୍ ଜୟପୁରରୁ ଯାତ୍ରୀମାନଙ୍କୁ ନେଇ ରାୟଗଡ଼ା ଅଭିମୁଖେ ଯାଉଥିଲା। ଏହି ସମୟରେ ବୀପରିତ ଦିଗରୁ ଆସୁଥିବା ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ବସ୍‌ରେ ଥିବା ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ଆହତ ଯାତ୍ରୀମାନଙ୍କୁ ଆମ୍ବୁଲାନ୍ସ ସାହାଯ୍ୟରେ ନିଆଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ରେ ୬୦ରୁ୭୦ ଯାତ୍ରୀ ଥିଲେ ବୋଲି ଅନୁମାନ କରାଯାଉଛି। ପୁଲିସ ଗାଡ଼ିକୁ ଜବତ କରି ଘଟଣାର ତଦନ୍ତ କରୁଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking