33.5 C
Bhubaneswar
Tuesday, June 23, 2026
Homeଓଡିଶାସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ସଡକ ଦୁର୍ଘଟଣା : ୧ ମୃତ, ୧ ଗୁରୁତର

ଜୟପୁର : ବିଦ୍ୟୁତ ଖୁଣ୍ଟରେ ପିଟିହେଲା କାର। ଜୟପୁର ବ୍ରାହ୍ମଣୀ ଗାଁ ଫରେଷ୍ଟ ଗେଟ ନିକଟରେ ଘଟିଛି ସଡକ ଦୁର୍ଘଟଣା । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତେଣୁ ତୁରନ୍ତ ତାଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକ ଏକ ଘରୋଇ ବ୍ୟାଙ୍କର କର୍ମଚାରୀ ବୋଲି ଜଣାପଡିଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଂଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ତେବେ ଶବ ବ୍ୟବଚ୍ଛେଦ ପରେ ମୃତଦେହ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ସଦର ପୋଲିସ ସୂଚନା ଦେଇଛି। ଯୁବକଙ୍କ ମୃତ୍ୟୁକୁ ନେଇ ଚାରିଆଡେ ଶୋକର ଛାୟା ଖେଳିଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking