24.1 C
Bhubaneswar
Friday, February 6, 2026
Homeଓଡିଶାରାତି ଅଧରେ ଘରେପଶି ପଏଣ୍ଟ ବ୍ଲାଙ୍କରେ ବନ୍ଧୁକ ରଖି ଲୁଟ

ରାତି ଅଧରେ ଘରେପଶି ପଏଣ୍ଟ ବ୍ଲାଙ୍କରେ ବନ୍ଧୁକ ରଖି ଲୁଟ

ମୟୂରଭଞ୍ଜ: ରାତି ଅଧରେ ଘର ଛାତ ଦେଇ ପଶିଲେ, ଗନ ପଏଣ୍ଟରେ ଲୁଟିନେଲେ। ଘଟଣା ଏଭଳି ଥିଲା ଯେ ପଏଣ୍ଟ ବ୍ଲାଙ୍କରେ ବନ୍ଧୁକ ରଖି ଲୁଟିନେଲେ ଦୃର୍ବୁତ୍ତ। ଏଭଳି ଘଟଣା ସାମ୍ନାକୁ ଆସିଛି ମୟୂରଭଞ୍ଜ ଜିଲ୍ଲା ଶରତ ଥାନା ଦେବାନବାହାଳୀ ଗ୍ରାମରେ। ଗ୍ରାମର ଚନ୍ଦନ ନାୟକ ଏବଂ ତାଙ୍କ ଭାଇ ରଞ୍ଜନ ନାୟକ ଘରେ ଶୋଇଥିବା ବେଳେ ରାତି ପ୍ରାୟ ଗୋଟାଏ ସମୟରେ ୫ ଜଣ ଦୁର୍ବୃତ୍ତ ମୁଖା ପିନ୍ଧି ଛାତ ଉପର ଦେଇ ଘର ଭିତରେ ପଶିଲେ। ଆଉ ଘରେ ଶୋଇଥିବା ଦୁଇ ଭାଇଙ୍କୁ କାବୁ କରି ନେବା ସହିତ ପଏଣ୍ଟ ବ୍ଲାଙ୍କରେ ବନ୍ଧୁକ ରଖି ଲୁଟ କରିଲେ।

ଗଡ଼ରେଜ ଖୋଲିବା ସହିତ ଘରେ ଥିବା ନଗଦ ୧୫ ହଜାର ଟଙ୍କା ସହିତ ୨ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ। ଲୁଟିବା ପରେ ୨ ଭାଇଙ୍କୁ ଘର ଭିତରେ ପୁରାଇ ବାହାର ପଟୁ କବାଟ କିଳି ମୁଖ୍ୟ ଗେଟରେ ତାଲା ମାରି ଫେରାର ହୋଇଯାଇଥିଲେ ଲୁଟେରା। ୫ ଜଣ ଦୁର୍ବୃତ୍ତ ୨ ଗୋଟି ବନ୍ଧୁକ ଧରିଥିବା ବେଳେ ସେମାନେ ଲୁଟର ଶିକାର ବ୍ୟକ୍ତିଙ୍କୁ ନାମ ଧରି ଡାକୁଥିଲେ। ପଏଣ୍ଟ ବ୍ଲାଙ୍କରେ ଲୁଟ କରି ଲୁଟେରା ଯିବା ପରେ ନିଜ କର୍ମଚାରୀଙ୍କୁ ଡାକି ଗେଟ ଖୋଲି ବାହାରକୁ ଆସିଥିଲେ ଚନ୍ଦନ। ଏନେଇ ସେ ଶରତ ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking