ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ତହସିଲର ଆଶ୍ରମ ସ୍କୁଲର ଛାତ୍ରୀ ରୂପାଲି ବେଶ୍ରାଙ୍କର ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହିତ ଘଟଣାର ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ RDC ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କେଉଁ ପରିସ୍ଥିତିରେ ପିଲାମାନେ ଅସୁସ୍ଥ ହେଲେ ଏବଂ ରୂପାଲିଙ୍କର ମୃତ୍ୟୁ ଘଟିଛି, ସେ ସମ୍ପର୍କରେ ସବିଶେଷ ତଦନ୍ତ କରି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଉତ୍ତରାଞ୍ଚଳ ରାଜସ୍ୱ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। RDC ଆସନ୍ତା କାଲି ଘଟଣାସ୍ଥଳକୁ ଯାଇ ଘଟଣା ସଂପର୍କରେ ତଦନ୍ତ କରିବେ। ଏଥିସହ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି (CMRF) ରୁ ₹୩ ଲକ୍ଷର ସହାୟତା ଘୋଷଣା କରିଛନ୍ତି।










