28.1 C
Bhubaneswar
Sunday, April 28, 2024
Homeବ୍ରେକୀଙ୍ଗସହୀଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା

ସହୀଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା

 କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ୩ ଜଣ ସହୀଦ କୋଭିଡ ଯୋଦ୍ଧାଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି । ସେହିଭଳି ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନସିଂ  କାର୍ଯ୍ୟକ୍ରମରେ ୩ ଟି ପରିବାର ଲୋକେ ଉପସ୍ଥିତ ଥିଲେ । ସେମାନଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ସହାୟତା ପ୍ରଦାନ ନେଇ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି । ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଭଇଁରିଗୁଡା ପଞ୍ଚାୟତର ସରପଞ୍ଚ ଲକ୍ଷ୍ମୀଧର ପାତ୍ର ,ପୁରୁଣାସର ଗ୍ରାମର ଅଙ୍ଗନୱାଡି କର୍ମୀ ଯସ୍ମୀନ ପଟନାୟକ ଓ ଭବାନୀପାଟଣା ସଦର ବ୍ଲକ ମାଲ ଗାଁ ପଞ୍ଚାୟତର ପିଇଓ ଛଚିନ୍ଦ୍ର ସାହୁ କୋଭିଡ ସମୟରେ  ମୃତ୍ୟୁ ବରଣ କରି ସହୀଦ ହୋଇଥିଲେ । ସେମାନଙ୍କ ପରିବାରକୁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରାଯାଇଛି । ଗତକାଲି କଳାହାଣ୍ଡି ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଟି ଜିଲ୍ଲାର କୋଭିଡ ଯୋଦ୍ଧାଙ୍କ ପରିବାର ସହିତ ଆଲୋଚନା କରିଥିଲେ । ଭବାନୀପାଟଣା ସହରସ୍ଥିତ ଓସୱାନ ଠାରେ କଳାହାଣ୍ଡି ଜିଲ୍ଲାପାଳ ଡ଼ା. ଗାଭାଲି ପରାଗ ହର୍ଷଦ ଓ ତିନିଟି ସହୀଦ କୋଭିଡ ଯୋଦ୍ଧାଙ୍କ ପରିବାର ଉପସ୍ଥିତ ଥିଲେ । କୋଭିଡ ଯୋଦ୍ଧା ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା ଓ ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking