31.1 C
Bhubaneswar
Friday, March 29, 2024
Homeଓଡିଶାଭୁବନେଶ୍ୱର ଆରଟିଓ-୨ ବନ୍ଦ

ଭୁବନେଶ୍ୱର ଆରଟିଓ-୨ ବନ୍ଦ

ଭୁବନେଶ୍ୱର: କରୋନା ସଂକ୍ରମଣ ଆଶଙ୍କାରେ ଭୁବନେଶ୍ୱର ଆରଟିଓ-୨ ବନ୍ଦ କରାଯାଇଛି । ଆସନ୍ତା ସୋମବାର ପର୍ଯ୍ୟନ୍ତ ଆରଟିଓ-୨ ବନ୍ଦ କରାଯାଇଥିବା ସୂଚନା ମିଳିଛି । ଆରଟିଓ-୧ର ସହଯୋଗୀ ପଜିଟିଭ ହୋଇଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି । ଏହା ପୂର୍ବରୁ  କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ (ବିଏମସି ) ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି । ସେଠାରେ ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଚାର୍ଯବିହାର ସ୍ଥିତ ଆରଟିଓ କାର୍ଯ୍ୟାଳୟ କୁ ବିଏମସି ପକ୍ଷରୁ ବନ୍ଦ କରାଯାଇଛି । ଏଥିସହ ସଂକ୍ରମିତମାନଙ୍କ ସଂସ୍ପର୍ଶରେ ଆସିଥିବା ଆରଟିଓ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ପରେ ଭୁବନେଶ୍ୱର ସ୍ଥିତ ଆଇସିଆଇସିଆଇ ବ୍ୟାଙ୍କର ଦୁଇଟି ଶାଖାକୁ ମଧ୍ୟ ବିଏମସି ପକ୍ଷରୁ ବନ୍ଦ କରି ଦିଆଯାଇଛି । କଟକ ରୋଡ୍ ଶାଖା ଓ ଶ୍ରୀୟା ଟକିଜ୍ ନିକଟସ୍ଥ ମୁଖ୍ୟାଳୟର ସେଲ୍ସ୍ ସେକ୍ସନକୁ ବନ୍ଦ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking