27.1 C
Bhubaneswar
Tuesday, May 7, 2024
Homeଓଡିଶାବାହାରୁ ଆସିଲେ ଆରଟିପିସିଆର ବାଧ୍ୟତାମୂଳକ

ବାହାରୁ ଆସିଲେ ଆରଟିପିସିଆର ବାଧ୍ୟତାମୂଳକ

ଭୁବନେଶ୍ୱର: କରୋନା ପ୍ରଭାବିତ ରାଜ୍ୟରୁ ଆସିଲେ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ ହେବ । ଆରଟିପିସିଆର ଟେଷ୍ଟ ରିପୋର୍ଟ ନଥିଲେ ୭ ଦିନ ହୋମ୍ କ୍ୱାରେଣ୍ଟାଇନ ନିର୍ଦ୍ଦେଶ ଦିଆଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଏହି ସୂଚନା ପ୍ରଦାନ କରିଛନ୍ତି । ୨୫ ଲକ୍ଷ ଟିକା ଦେବା ପାଇଁ କାଲି କେନ୍ଦ୍ରକୁ ଚିଠି ଲେଖାଯାଇଛି । ଦିନକୁ ଅଢେଇ ଲକ୍ଷ ହିସାବରେ ୧୦ ଦିନ ପାଇଁ ଦେବାକୁ ଚିଠିରେ ଉଲ୍ଲେଖ ରହିଛି । ଆଜି ସନ୍ଧ୍ୟା ସୁଦ୍ଧା ଟିକା ନପହଂଚିଲେ ଶନିବାରଠାରୁ ଟିକାକରଣ ବନ୍ଦ ହେବ ।  ସଂକ୍ରମଣ ବଢୁଥିବାରୁ ସରକାରୀ ଓ ଘରୋଇ ହସ୍ପିଟାଲ ପ୍ରସ୍ତୁତ ରଖିବାକୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।   ରାଜ୍ୟରେ ଦିନକୁ ଅଢ଼େଇ ଲକ୍ଷ ଟିକା ଦରକାର । ୧୦ ଦିନ ପାଇଁ ୨୫ ଲକ୍ଷ ଟିକା ଆବଶ୍ୟକ ଥିବାରୁ ଟିକା ଯୋଗାଇ ଦେବାକୁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖାଯାଇଛି। ଏହାବ୍ୟତୀତ  ଆଜି  ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କର ପ୍ରଧାନମନ୍ତ୍ରୀଙ୍କ ସହ ସମୀକ୍ଷା ଥିବାରୁ ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି ବୋଲି ସେ କହିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking