25.1 C
Bhubaneswar
Thursday, May 9, 2024
Homeଓଡିଶାରୁକୁଣା ରଥକୁ ଯାଇପାରିବେନି ଶ୍ରଦ୍ଧାଳୁ

ରୁକୁଣା ରଥକୁ ଯାଇପାରିବେନି ଶ୍ରଦ୍ଧାଳୁ

ଭୁବନେଶ୍ୱର: କରୋନା ସଂକ୍ରମଣ ଦୃଷ୍ଟିରୁ ରୁକୁଣା ରଥଯାତ୍ରାରେ ଶ୍ରଦ୍ଧାଳୁଙ୍କୁ ବାରଣ କରାଯାଇଛି । ରଥଖଳାରୁ ମାଉସୀ ମା ମନ୍ଦିର ପର୍ଯ୍ୟନ୍ତ ୧୪୪ ଧାରା ଜାରି କରିଛି ପୋଲିସ । ଏପ୍ରିଲ ୨୦ ଓ ୨୪ରେ ୧୪୪ ଧାରା ବଳବତ୍ତର ରହିବ ବୋଲି ସିପି ନିର୍ଦ୍ଦେଶ ଦେଇଛନ୍ତି । ରଥଯାତ୍ରା ନେଇ ସିପିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି ।

ସୂଚନାଯୋଗ୍ୟ , ରୁକୁଣା ରଥଯାତ୍ରା ଲିଙ୍ଗରାଜଙ୍କର ଏକ ପ୍ରମୁଖ ବାର୍ଷିକ ଉତ୍ସବ ଯାହା ଓଡ଼ିଶାର ଭୁବନେଶ୍ୱରଠାରେ ଲିଙ୍ଗରାଜ ମନ୍ଦିରରେ ପାଳନ କରାଯାଇଥାଏ । ଏହା ପୁରୀର ରଥଯାତ୍ରା ଠାରୁ ମଧ୍ୟ ଅଧିକ ପୁରୁଣା ଯାତ୍ରା । ପୌରାଣିକ କିମ୍ବଦନ୍ତୀ ଅନୁସାରେ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ । ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା । ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜ)ଙ୍କୁ ପ୍ରତିଦିନ ପୂଜାକଲେ । ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ’ଣ ବର ଚାହଁ ବୋଲି ପଚାରିଲେ । ଶେଷରେ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ପୁନଃବସୁ ନକ୍ଷତ୍ରରେ ଦେବଦଳନ ରଥରେ ବସି ହରିହର (ଲିଙ୍ଗରାଜ) ରାମେଶ୍ୱର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ । ସେହିଦିନଠାରୁ ତାଙ୍କୁ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି । ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି । ଏହାବ୍ୟତୀତ ରଥଯାତ୍ରାର ଆଉ ଏକ ବିଶେଷତ୍ୱ ମଧ୍ୟ ରହିଛି ଯେ ମା ଭୁବନେଶ୍ୱରୀ ଏହିଦିନ ରଥରେ ମହାପ୍ରଭୁ ଲିଙ୍ଗରାଜଙ୍କ ସହ ସୁରାସରକୁ ବଧ କରିବା ପାଇଁ ଯାତ୍ରା କରିଥାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking