40.1 C
Bhubaneswar
Saturday, April 27, 2024
Homeଓଡିଶାବିନା ଭକ୍ତରେ ରୁକୁଣା ରଥଯାତ୍ରା

ବିନା ଭକ୍ତରେ ରୁକୁଣା ରଥଯାତ୍ରା

ଭୁବନେଶ୍ୱର: ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଡିଏ କାର୍ଯ୍ୟାଳୟରେ ୪ ନିଯୋଗ ଓ ବିଏମସି କମିଶନରଙ୍କୁ ନେଇ ବୈଠକ ଅନୁଷ୍ଠିତ ହୋଇଛି । ବିନା ଭକ୍ତରେ ରୁକୁଣା ରଥଯାତ୍ରା କରିବାକୁ ସେବାୟତ ଦାବି ରଖିଥିଲେ । ବୈଠକ ପରେ ବିଏମସି ଅତିରିକ୍ତ କମିଶନର ଲକ୍ଷ୍‌ମୀକାନ୍ତ ସେଠି ଏନେଇ ସୂଚନା ପ୍ରଦାନ କରିଛନ୍ତି । ରୁକୁଣା ରଥଯାତ୍ରା ନେଇ ଆମେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛୁ । ବିନା ଭକ୍ତରେ ଆୟୋଜନ ଲକ୍ଷ୍ୟ ରଖିଛୁ । ସରକାରଙ୍କ ଅନୁମତିକୁ ଅପେକ୍ଷା ରହିଛି । ଯେଉଁ ପାଳିଆ ସେବାୟତ ରଥ ଟାଣିବେ ସେମାନଙ୍କର କୋଭିଡ ଟେଷ୍ଟ ହେବ ।

ପୌରାଣିକ କିମ୍ବଦନ୍ତୀ ଅନୁସାରେ ରାମଚନ୍ଦ୍ର ରାବଣକୁ ହତ୍ୟାକରି ସୀତାଙ୍କୁ ଉଦ୍ଧାର କରିଥିଲେ । ରାବଣ ବ୍ରାହ୍ମଣ ହୋଇଥିବାରୁ ରାମଚନ୍ଦ୍ରଙ୍କୁ ବ୍ରହ୍ମ ହତ୍ୟା ଦୋଷ ଲାଗିଲା । ଏହିପାପରୁ ମୁକ୍ତି ପାଇବା ପାଇଁ ସେ କୁଳଗୁରୁ ବଶିଷ୍ଠଙ୍କ କଥା ଅନୁସାରେ ଏକାମ୍ର କ୍ଷେତ୍ରକୁ ଯାଇ ରାମେଶ୍ୱରଠାରେ ହରିହର (ଲିଙ୍ଗରାଜ)ଙ୍କୁ ପ୍ରତିଦିନ ପୂଜାକଲେ । ଏହି ଉପାସନାରେ ପ୍ରଭୁ ଲିଙ୍ଗରାଜ ସନ୍ତୁଷ୍ଟ ହୋଇ କ’ଣ ବର ଚାହଁ ବୋଲି ପଚାରିଲେ । ଶେଷରେ ଚୈତ୍ର ମାସ ଶୁକ୍ଳପକ୍ଷ ଅଷ୍ଟମୀ ପୁନଃବସୁ ନକ୍ଷତ୍ରରେ ଦେବଦଳନ ରଥରେ ବସି ହରିହର (ଲିଙ୍ଗରାଜ) ରାମେଶ୍ୱର ମନ୍ଦିର ଆସିବେ ବୋଲି ରାମଚନ୍ଦ୍ର ବର ମାଗିଥିଲେ । ସେହିଦିନଠାରୁ ତାଙ୍କୁ ଦର୍ଶନ ଦେବା ଲାଗି ଲିଙ୍ଗରାଜ ମହାପ୍ରଭୁ ରାମେଶ୍ୱର ମନ୍ଦିରକୁ ପାଞ୍ଚଦିନ ପାଇଁ ରଥଯାତ୍ରାରେ ଆସିଥାନ୍ତି । ଉକ୍ତ ପ୍ରଥା ଓ ପରମ୍ପରା ଅନୁସାରେ ଏହି ରଥଯାତ୍ରା ହୋଇ ଆସୁଛି । ଏହାବ୍ୟତୀତ ରଥଯାତ୍ରାର ଆଉ ଏକ ବିଶେଷତ୍ୱ ମଧ୍ୟ ରହିଛି ଯେ ମା ଭୁବନେଶ୍ୱରୀ ଏହିଦିନ ରଥରେ ମହାପ୍ରଭୁ ଲିଙ୍ଗରାଜଙ୍କ ସହ ସୁରାସରକୁ ବଧ କରିବା ପାଇଁ ଯାତ୍ରା କରିଥାନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking