19.1 C
Bhubaneswar
Sunday, December 21, 2025
Homeଓଡିଶାଗ୍ରାମୀଣ ଓଡ଼ିଶାର ଗ୍ରୋଥ୍ ଇଂଜିନ୍ ସମବାୟ: ସମବାୟ ମନ୍ତ୍ରୀ

ଗ୍ରାମୀଣ ଓଡ଼ିଶାର ଗ୍ରୋଥ୍ ଇଂଜିନ୍ ସମବାୟ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର: ଲାଭ ନୁହେଁ, ସେବା ପାଇଁ ସମର୍ପିତ ସମବାୟ ଅନୁଷ୍ଠାନ । ବ୍ୟକ୍ତି ଅପେକ୍ଷା ଗୋଷ୍ଠୀର ବିକାଶ ପାଇଁ ପ୍ରତିବଦ୍ଧ ଥିବା ସମବାୟ ଅନୁଷ୍ଠାନ ଗ୍ରାମୀଣ ଓଡ଼ିଶାର ଗ୍ରୋଥ୍ ଇଂଜିନ୍ ସାଜିବ ବୋଲି ମାନ୍ୟବର ସମବାୟ ତଥା ହସ୍ତତନ୍ତ ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି । “ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫” ପାଳନ ଉପଲକ୍ଷେ ଆୟୋଜିତ “ସମବାୟ ପଦଯାତ୍ରା”ର ଶୁଭାରମ୍ଭ କରିବା ଅବସରରେ ସେ ଏହା କହିଛନ୍ତି ।

ଆଜି ସକାଳ ୭ ଘଟିକା ସମୟରେ ସ୍ଥାନୀୟ ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନ ଠାରୁ ଗୋପବନ୍ଧୁ ଛକ ପର୍ଯ୍ୟନ୍ତ ଏକ ସମବାୟ ପଦଯାତ୍ରା ଆୟୋଜିତ ହୋଇଥିଲା । ଏହି ପଦଯାତ୍ରାକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ ମାନ୍ୟବର ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦିପ ବଳ ସାମନ୍ତ । ଅଂଶଗ୍ରହଣକାରୀମାନେ ବିଭିନ୍ନ ସ୍ଲୋଗାନ୍ ଦେଇ ସମବାୟ ଅନୁଷ୍ଠାନ ସମ୍ପର୍କରେ ସଚେତନତା ସୃଷ୍ଟି କରିଥିଲେ ।

ଏହି ସମବାୟ ପଦଯାତ୍ରାରେ ସମବାୟ ସମିତି ସମୂହ ନିବନ୍ଧକ ସିଦ୍ଧାର୍ଥ ଦାସ, ଅତିରିକ୍ତ ନିବନ୍ଧକ ଭକ୍ତବନ୍ଧୁ ସାହୁ, ଯୁଗ୍ମ ନିବନ୍ଧକ ଲକ୍ଷ୍ମୀଧର ସୁବୁଦ୍ଧି, ମଧୁସୂଦନ ସମବାୟ ପରିଚାଳନା ପ୍ରତିଷ୍ଠାନର ନିର୍ଦ୍ଦେଶକ ଦିଲ୍ଲୀପ କୁମାର ଦାଶ, ବରିଷ୍ଠ ଅଧ୍ୟାପକ ସରୋଜ କୁମାର କାଶ୍ୟପ, ଅନୁଷ୍ଠାନର କର୍ମକର୍ତ୍ତା, ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ଆନ୍ତର୍ଜାତିକ ସମବାୟ ବର୍ଷ-୨୦୨୫ ପାଳନ, କେନ୍ଦ୍ର ସମବାୟ ମନ୍ତ୍ରାଳୟର ଚତୁର୍ଥ ବାର୍ଷିକ ପ୍ରତିଷ୍ଠା ଦିବସ ତଥା ଆସନ୍ତାକାଲି (୫ ଜୁଲାଇ ) ପାଳନ ହେବାକୁ ଥିବା ଅନ୍ତର୍ଜାତୀୟ ସମବାୟ ଦିବସ ଉପଲକ୍ଷେ ଏହି ପଦଯାତ୍ରା ଆୟୋଜନ ହୋଇଥିଲା । ଏହି ଅବସରରେ “ମା’ ପାଇଁ ଗଛଟିଏ” (ଏକ ପେଡ୍ ମା’ କେ ନାମ) ଅଭିଯାନରେ ଭାଗ ନେଇ ମାନ୍ୟବର ମନ୍ତ୍ରୀ ଏକ ଚାରା ରୋପଣ କରିଥିଲେ । ପ୍ରକୃତି ମାତାକୁ ସୁରକ୍ଷା ଦେବା ପାଇଁ ସାରାଦେଶରେ “ମା’ ପାଇଁ ଗଛଟିଏ” ଅଭିଯାନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking