କନ୍ଧମାଳ: ଆଦିବାସୀ ସାଧ୍ନୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡ଼ା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ତାଙ୍କର ଗୋଡ଼, ହାତ ଫୁଲିବା ସହ ରକ୍ତହୀନତା ଥୁବା ଜଣାପଡ଼ିଛି । ବର୍ତ୍ତମାନ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭେଷଜ ବିଭାଗରେ ରଖ୍ ଚିକିତ୍ସା କରାଯାଉଛି । ସ୍ବାସ୍ଥ୍ୟ ଅବସ୍ଥା ଏବେ ସ୍ଥିର ଥିବା ଡାକ୍ତର କହିଛନ୍ତି । ସୂଚନାଯୋଗ୍ୟ, ରବିବାର ସକାଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ପ୍ରଥମେ ଖଜୁରୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା ।ଅବସ୍ଥା ଗୁରୁତର ଥିବାରୁ ଫୁଲବାଣୀ ସ୍ଥାନାନ୍ତର କରାଯାଇଥିଲା । ପୂର୍ଣ୍ଣମାସୀଙ୍କ ବୟସ ଏବେ ୮୨। ଜଣେ ଆଦିବାସୀ ସନ୍ଥ ଏବଂ ଆଣ୍ଠୁ କବି ଭାବେ ଜଣାଶୁଣା ପୂର୍ଣ୍ଣମାସୀଙ୍କୁ ୨୦୨୧ ମସିହାରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା ।









