25.1 C
Bhubaneswar
Friday, December 19, 2025
Homeଓଡିଶାଦରମା ବୃଦ୍ଧି: ପୁନର୍ବିଚାର ପାଇଁ ବିଜେଡିର ନିବେଦନ

ଦରମା ବୃଦ୍ଧି: ପୁନର୍ବିଚାର ପାଇଁ ବିଜେଡିର ନିବେଦନ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି । ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ପୁନର୍ବିଚାର ପାଇଁ ନିବେଦନ । ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରତାପ ଦେବ,ଉପମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସୂଚନା ଦେଇ କହିଛନ୍ତି, ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ ପାରିତ ହୋଇଥିଲା।ଜନ ଅସନ୍ତୋଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ। ସୂଚନାଥାଉକି, ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି । ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଜନସାଧାରଣଙ୍କ ଭାବନାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି ।

ଗତ ଡିସେମ୍ବର ୯ ତାରିଖରେ ଶୀତକାଳୀନ ଅଧିବେଶନ ସମୟରେ ବିଧାନସଭାରେ ସର୍ବସମ୍ମତି କ୍ରମେ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ବିଲ୍ ପାରିତ ହୋଇଥିଲା । ଏଥିରେ ବିଧାୟକଙ୍କ ମୋଟ ଦରମା ଓ ଭତ୍ତା ୧ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିଲା । ଅର୍ଥାତ୍ ଦରମା ପ୍ରାୟ ତିନି ଗୁଣ ବଢ଼ିଥିଲା । ଏହା ସହିତ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ରାଶିରେ ମଧ୍ୟ ବୃଦ୍ଧି ଘଟିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking