ଭୁବନେଶ୍ବର: ପାର୍ବଣ ପୂର୍ବରୁ ଆକ୍ସନ ମୋଡ଼ରେ ଅବକାରୀ ବିଭାଗ। ପୂଜା ପାଇଁ ପ୍ରସ୍ତୁତ ହେଉଥିଲା ମଦ ଉପରେ ଛାପା ମାରିଛି ଅବକାରୀ ଥାନା। ସାଲିଆ ସାହିରେ ଚାଲିଥିଲା ଦଶହରା ପାଇଁ ସ୍ପେଶାଲ୍ ମଦ ରନ୍ଧା । ଖବର ପାଇ ଚଢ଼ାଉ କରିଛି ଅବକାରୀ ବିଭାଗ । ଶହ ଶହ ଲିଟର ମଦ ନଷ୍ଟ କରିବା ସହ ବ୍ୟାପକ ଚଢ଼ାଉ କରିଛି ଅବକାରୀ ବିଭାଗ । ମଦ ପ୍ରସ୍ତୁତ ପାଇଁ ସମସ୍ତ ସାମଗ୍ରୀ ଜବତ କରିଛି । ୧୦ ହଜାର ଲିଟର ପୋଚ ଓ ୧ ହଜାର ଲିଟର ଦେଶୀ ମଦ ଜବତ କରିଛି ଅବକାରୀ ଥାନା । ଭୁବନେଶ୍ୱର ଅବକାରୀ ଥାନା ପକ୍ଷରୁ ଆଇଆଇସି ବିକାଶ ନାୟକଙ୍କ ନିର୍ଦ୍ଦେଶରେ ଏହି ଚଢ଼ାଉ କରାଯାଇ ୧୫ ଜଣଙ୍କୁ ଗିରଫ କରାଯାଇଛି । ଆଜି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ । ପୂଜା ପାଇଁ ଏତେ ବ୍ୟାପକ ପରିମାଣର ତିଆରି ଚାଲିଥିବା ସେମାନେ ସ୍ୱୀକାର କରିଛନ୍ତି । ଆଗକୁ କୁମାରପୁର୍ଣିମା ଥିବା ବେଳେ ଦେଶୀ ମଦର ଡିମାଣ୍ଡକୁ ଦୃଷ୍ଟିରେ ରଖି ତିଆରି ଚାଲିଥିବା ଗିରଫ ପରେ କହିଛନ୍ତି ଅଭିଯୁକ୍ତ । ସେପଟେ ଆଗକୁ ବସ୍ତି ଓ ଚୋରା ମଦ ଆଡ୍ଡା ଉପରେ ଚଢ଼ାଉ ଅଭିଯାନ ଜାରି ରହିବ ବୋଲି ସୂଚନା ଦେଇଛି ଅବକାରୀ ବିଭାଗ ।