28.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ କରୋନା

ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କୁ କରୋନା

ଭୁବନେଶ୍ୱର: ସାରା ରାଜ୍ୟରେ କରୋନା ମହାମାରୀ ତାର କାୟା ବିସ୍ତାର କରିଚାଲିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀ ପର୍ଯ୍ୟନ୍ତ, ସମସ୍ତେ ଏହାର ଶିକାର ହେଉଛନ୍ତି । ଏହାରି ମଧ୍ୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜର ଦାଶ କରୋନାରେ ସଂକ୍ରମିତ ହୋଇଛନ୍ତି । ସମୀର ଦାଶଙ୍କ ସ୍ତ୍ରୀ ସଙ୍ଗିତା ଦାଶ ମଧ୍ୟ କରୋନରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ଖୋଦ୍ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହା ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରିବା ଲାଗି ସେ ଅନୁରୋଧ କରିଛନ୍ତି ।


ପୂର୍ବରୁ କୃଷି ମନ୍ତ୍ରୀ ଅରୁଣ ସାହୁ, ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ମନ୍ତ୍ରୀ ସୁଶାନ୍ତ ସିଂ, ରାଜ୍ୟ ହସ୍ତ ଶିଳ୍ପ ବୟନ ମନ୍ତ୍ରୀ ପଦ୍ମିନୀ ଦିଆନ, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking