28.1 C
Bhubaneswar
Wednesday, June 18, 2025
Homeଓଡିଶାଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ପ୍ରସ୍ତୁତ ହେଲା ନମୁନା ପ୍ରଶ୍ନପତ୍ର

ଭୁବନେଶ୍ବର: ୨୦୨୪ ମାଟ୍ରିକ୍‌ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି। ଏହି ପ୍ରଶ୍ନପତ୍ର ଅନୁଯାୟୀ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ନିଜକୁ ପ୍ରସ୍ତୁତ କରିବେ। ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶକ ନିର୍ଦେଶ ଦେଇଛନ୍ତି । ମାଟ୍ରିକ ପରୀକ୍ଷା ଅନୁଯାୟୀ ଓଡ଼ିଆ, ଇଂରାଜି, ହିନ୍ଦୀ, ସଂସ୍କୃତ, ଗଣିତ, ବିଜ୍ଞାନ, ସାମାଜିକ ବିଜ୍ଞାନ ବିଷୟର ଗୋଟିଏ ସେଟ୍‌ ଲେଖାଏ ନମୁନା ପ୍ରଶ୍ନପତ୍ର ପଠାଯାଇଛି। ଏହାସହ ଜିଲ୍ଲାସ୍ତରରେ ଥିବା ଦକ୍ଷ ଶିକ୍ଷକମାନଙ୍କ ଦ୍ବାରା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇ ତାହାକୁ କୋସଚିନ୍ ବ୍ୟାଙ୍କ ପାଇଁ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନିକଟକୁ ପଠାଇବାକୁ ନିର୍ଦେଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking