31.1 C
Bhubaneswar
Friday, March 29, 2024
Homeଓଡିଶାଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୩୫୩୫ ନମୂନା ପରୀକ୍ଷା

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୩୫୩୫ ନମୂନା ପରୀକ୍ଷା

ଭୁବନେଶ୍ବର : କରୋନା ମହାମାରୀକୁ ନେଇ ବିଶ୍ବ ଏବେ ସଙ୍କଟରେ । ପ୍ରତିଦିନ ବହୁ ଲୋକ କରୋନାରେ ସଂକ୍ରମିତ ହେଉଛନ୍ତି । ଭାରତରେ ମଧ୍ୟ ଏହି ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି । ଓଡ଼ିଶାରେ ମଧ୍ୟ ଏହି ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ସଂକ୍ରମଣର ଭୟାବହତାକୁ ନଜରରେ ରଖି ରାଜ୍ୟ ସରକାର ନିୟମିତଭାବେ ନମୁନା ପରୀକ୍ଷା ଜାରି ରଖିଛନ୍ତି।
ସୂଚନା ଅନୁଯାୟୀ, ଗତକାଲି ୨୪ ଘଣ୍ଟା ଭିତରେ ରାଜ୍ୟରେ ସର୍ବାଧିକ ୩୫୩୫ ନମୁନା ପରୀକ୍ଷା କରାଯାଇଥିଲା। ଏଯାଏଁ ୪୪ହଜାର ୬୬୩ଟି ନମୁନା ପରୀକ୍ଷା ହୋଇଥିବା ଜଣାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ଏହି ସୂଚନା ଦିଆଯାଇଛି । ।
ଆଜି ସକାଳେ ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ଏଯାଏଁ ତିନିଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking