22.1 C
Bhubaneswar
Thursday, February 12, 2026
Homeଦେଶ ବିଦେଶଆରଜି କର୍‌ର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଗିରଫ

ଆରଜି କର୍‌ର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ଗିରଫ

କୋଲକାତା : କୋଲକାତା ଆରଜି କର ମେଡିକାଲ କଲେଜ ଓ ହସ୍ପିଟାଲର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷଙ୍କୁ ଗିରଫ କରିଛି ସିବିଆଇ। ହସ୍ପିଟାଲରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ବିବାଦରେ ସନ୍ଦୀପ ଗୋଟିଏ ଦୁର୍ନୀତି ମାମଲାରେ ଗିରଫ ହୋଇଛନ୍ତି।

ହସ୍ପିଟାଲରେ ସମ୍ଭାବ୍ୟ ଆର୍ଥିକ ହେରଫେରକୁ ନେଇ ସିବିଆଇ ତାଙ୍କ ବିରୋଧରେ ତଦନ୍ତ କରୁଥିଲା। ବିଶେଷ କରି ରୋଗୀଙ୍କ ସେବା ପାଇଁ କିଣା ଯାଉଥିବା ସାମଗ୍ରୀରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରି ଆଜି ସିବିଆଇ ସନ୍ଦୀପଙ୍କୁ ଗିରଫ କରିଛି। ଗିରଫ ପରେ ତାଙ୍କୁ କୋଲକାତା ସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ନିଆଯାଇଛି। ସମ୍ଭବତଃ ଆସନ୍ତାକାଲି ତାଙ୍କୁ କୋର୍ଟରେ ହାଜର କରାଯିବ। ଘଟଣାର ତଦନ୍ତ ବେଳେ ଜଣେ ସିବିଆଇ ଅଧିକାରୀଙ୍କୁ ସନ୍ଦୀପ ଘୋଷଙ୍କ ବିରୋଧରେ ଆସିଥିବା ଅନିୟମତତାର ପ୍ରମାଣ ସମ୍ପର୍କରେ ପଚରା ଯାଇଥିଲା। ଏହି ସମୟରେ ସନ୍ଦୀପଙ୍କ ବିରୋଧରେ ବହୁତ କିଛି ପ୍ରମାଣ ରହିଛି ବୋଲି ଅଧିକାରୀ ଜଣଙ୍କ କହିଥିଲେ। କଲିକତା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସିବିଆଇ ସନ୍ଦୀପ ଘୋଷଙ୍କ ବିରୋଧରେ ତଦନ୍ତ ଆରମ୍ଭ କରିଥିଲା। ଏହାପରେ ସିବିଆର ଦୁର୍ନୀତି ନିବାରଣ ଶାଖା ପକ୍ଷରୁ ତାଙ୍କ ନାଁରେ ଏତଲା ଦାଏର କରାଯାଇଥିଲା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking