40.1 C
Bhubaneswar
Sunday, June 16, 2024
Homeଓଡିଶାକନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥରେ ଆଜି ସାନି ମତଦାନ

କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥରେ ଆଜି ସାନି ମତଦାନ

ଭୁବନେଶ୍ୱର : କନ୍ଧମାଳ ସଂସଦୀୟ କ୍ଷେତ୍ରର ୨ଟି ବୁଥରେ ଆଜି ସାନି ମତଦାନ। ଆଜି କଣ୍ଟାମାଳ ବିଧାନସଭାର ୨୬ ଓ ୨୮ ନମ୍ବର ବୁଥରେ ରି ପୋଲିଂ କରାଯାଇଛି । ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ପରେ ସିଇଓ ଏହି ସୂଚନା ଜାରି କରିଥିଲେ ।ଆଜି ସକାଳ ୭ଟାରୁ ଅପରାହ୍ନ ୪ଟା ଯାଏଁ ଏହି ଦୁଇ ବୁଥରେ ପୁନଃ ମତଦାନ ଜାରି ରହିବ । ଏଥିପାଇଁ ଦିଲ୍ଲୀପ କୁମାର ମହାପାତ୍ରଙ୍କୁ ବୌଦ୍ଧ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ତଥା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ରିଟର୍ଣ୍ଣିଂ ଅଧିକାରୀ ଭାବେ ନିଯୁକ୍ତ କରାଯାଇଥିଲା ।
ଗତ ମେ’ ୨୦ରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ କରାଯାଇଥିଲା । କଣ୍ଟାମାଳ ନିର୍ବାଚନମଣ୍ଡଳୀ ମହେଶ୍ୱର ପିଣ୍ଡା ବୁଥ୍ ନମ୍ବର- ୨୮ରେ ଭୋଟରଙ୍କୁ ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହିଥିବା ଅଭିଯୋଗ ହୋଇଥିଲା। ଏହାକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଥିବା ବେଳେ ପୁନଃ ମତଦାନ ପାଇଁ ଦାବି କରିଥିଲେ ବିଜେପି ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ। ମତଦାନ ସମୟରେ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରେ ଉତ୍ତେଜନା ଓ ଗଣ୍ଡଗୋଳ ପରିସ୍ଥିତି ଉପୁଜିଥିଲା । ଗଣ୍ଡଗୋଳ ଅଧିକ ହେବାରୁ ଗୋଟିଏ ବୁଥରେ ପୋଲିଂ ଅଧିକାରୀ ହଠାତ ବୁଥ ବନ୍ଦ କରିଦେଇଥିଲେ । ଏଥିସହ ମତଦାତାମାନଙ୍କୁ ଫେରାଇ ଦେଇଥିଲେ। ଯେଉଁଥିପାଇଁ ସେଠାରେ ପୁଣିଥରେ ମତଦାନ କରାଯାଉଛି । କିନ୍ତୁ ଏଥର ସୁରକ୍ଷା ପାଇଁ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking