ଭୁବନେଶ୍ୱର:ଭୁବନେଶ୍ୱର: ସଞ୍ଜୟ ମଲହୋତ୍ରା ଆରବିଆଇ ହେବେ ନୂଆ ଗଭର୍ଣ୍ଣର । ଏବେ ରାଜସ୍ୱ ସଚିବ ଅଛନ୍ତି ସଞ୍ଜୟ ମଲହୋତ୍ରା । ଶକ୍ତିକାନ୍ତ ଦାଶଙ୍କ ଠାରୁ କାର୍ଯ୍ୟଭାର ଗ୍ରହଣ କରିବେ । ୧୧ ତାରିଖରୁ କାର୍ଯ୍ୟଭାର ଗ୍ରହଣ କରିବେ ସଞ୍ଜୟ ମଲହୋତ୍ରା । ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ(ଆରବିଆଇ)ର ନୂଆ ଗଭର୍ଣ୍ଣ ଭାବେ ନିଯୁକ୍ତି ପାଇଛନ୍ତି ସଞ୍ଜୟ ମାଲହୋତ୍ରା। ବର୍ତ୍ତମାନ ଦେଶର ରାଜସ୍ୱ ସଚିବ ଭାବେ କାମ କରୁଥିବା ସଞ୍ଜୟ ଆସନ୍ତା ବୁଧବାରରୁ ଆରବିଆଇର ଗଭର୍ଣ୍ଣର ଭାବେ ଦାୟିତ୍ୱ ଗ୍ରହଣ କରିବେ। ଆରବିଆଇ ଗଭର୍ଣ୍ଣର ଭାବେ ଏବେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ କାର୍ଯ୍ୟ କରୁଛନ୍ତି। ତାଙ୍କ କାର୍ଯ୍ୟକାଳ ଆସନ୍ତାକାଲି ଶେଷ ହେଉଛି। ତାଙ୍କ ସ୍ଥାନରେ ଆସନ୍ତା ୩ ବର୍ଷ ପାଇଁ ସଞ୍ଜୟ ଆରବିଆଇ ଗଭର୍ଣ୍ଣର ଭାବେ କାମ କରିବେ। ସଞ୍ଜୟ ହେଉଛନ୍ତି ୧୯୯୦ ବ୍ୟାଚ୍ର ରାଜସ୍ଥାନ କ୍ୟାଡର ଆଇଏଏସ। ପ୍ରଶାସନିକ ସେବାରେ ତାଙ୍କରେ ଯଥେଷ୍ଟ ଅଭିଜ୍ଞତା ରହିଛି।










