ପୁରୀ: ଦିନକ ପରେ ସ୍ନାନ ପୂର୍ଣ୍ଣିମା। ଏଥିପାଇଁ ଚାଲିଛି ଜୋରସୋର ପ୍ରସ୍ତୁତି। ସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି ଯୋଗୁଁ ଶ୍ରୀମନ୍ଦିରରେ ଆଜି ରାତି ସାଢ଼େ ଦଶଟାରୁ ଆସନ୍ତାକାଲି ଦିନ ଗୋଟାଏ ପର୍ଯ୍ୟନ୍ତ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ ବନ୍ଦ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବିଶେଷ ନୀତିକାନ୍ତି ପାଇଁ କଟକଣା ଜାରି ହୋଇଛି। ଏଥିସହ ସୁରକ୍ଷାବ୍ୟବସ୍ଥା ଓ ରୁଟ୍ ଲାଇନକୁ ସୁରକ୍ଷିତ କରାଯାଇଛି। ଜ୍ୟେଷ୍ଠ ଶୁଦ୍ଧ ଶୁକ୍ଲ ପୂର୍ଣ୍ଣିମା ଅର୍ଥାତ୍ ସୋମବାର ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି।
ଆଜିଠୁ ଦେବସ୍ନାନ ପୂର୍ଣ୍ଣିମା ନେଇ ପ୍ରସ୍ତୁତି ପର୍ବ। ପରମ୍ପରା ଅନୁଯାୟୀ ଏହି ତିଥିରେ ଶ୍ରୀମନ୍ଦିରରେ ମଙ୍ଗଳଆଳତୀ ସମୟରେ ହୋଇଥାଏ ଦଇତା ପ୍ରବେଶ ନୀତି। ସ୍ନାନପୂର୍ଣ୍ଣିମା ନିମନ୍ତେ ପୁରୀରେ ପ୍ରବଳ ଜନସମାଗମ ଦେଖିବାକୁ ମିଳିବ। ଏହାକୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ବ୍ୟାପକ ଟ୍ରାଫିକ୍ ବ୍ୟବସ୍ଥା କରାଯାଇଛି । ପାର୍କିଂ ନିମନ୍ତେ ଫାଷ୍ଟ କମ୍ ଫାଷ୍ଟ୍ ସର୍ଭ, ଅର୍ଥାତ୍ ପ୍ରଥମେ ଆସିଥିବା ବ୍ୟକ୍ତିଙ୍କୁ ଅଗ୍ରାଧିକାର ଭିତ୍ତିରେ ସ୍ଥାନ ମିଳିବ ।










