19.1 C
Bhubaneswar
Sunday, February 15, 2026
Homeଓଡିଶାସରୋଜିନୀ ସାହୁ ପାଇବେ ୪୫ତମ ଶାରଳା ପୁରସ୍କାର

ସରୋଜିନୀ ସାହୁ ପାଇବେ ୪୫ତମ ଶାରଳା ପୁରସ୍କାର

ଭୁବନେଶ୍ୱର: ଶ୍ରେଷ୍ଠ ସାହିତ୍ୟ କୃତି ପାଇଁ ପ୍ରତି ବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ (ଇମ୍ପାକ୍ଟ) ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବିଶିଷ୍ଟ ବାମାବାଦୀ ଲେଖିକା ସରୋଜିନୀ ସାହୁଙ୍କୁ ପ୍ରଦାନ କରାଯିବ । ୨୦୧୯ ମସିହାରେ ସୃଜନ ଇଣ୍ଡିଆ ଦ୍ୱାରା ପ୍ରକାଶିତ ତାଙ୍କ ଉପନ୍ୟାସ ‘ଅସ୍ଥିର ପାଦ’ ପାଇଁ ସେ ଏହି ପୁରସ୍କାର ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ ବର୍ଣ୍ଣାଢ଼୍ୟସାରସ୍ୱତ ସମାବେଶରେ ଲେଖକଙ୍କୁ ଉତ୍ତରୀୟ, ସମ୍ମାନପତ୍ର, ଫଳକ ସହିତ ପାଞ୍ଚଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ ।

ସରୋଜିନୀ ସାହୁଙ୍କ ‘ଅସ୍ଥିର ପାଦ’ ସହିତ ଚୂଡ଼ାନ୍ତ ପର୍ଯ୍ୟାୟ ବିଚାର ପ୍ରକ୍ରିୟାରେ ସାମିଲ ହୋଇଥିବା ଅନ୍ୟ ପୁସ୍ତକଗୁଡ଼ିକ ଥିଲା ଅପର୍ଣ୍ଣା ମହାନ୍ତିଙ୍କ ‘ଅଗ୍ନି କମଳିନୀ’, ଆଶୁତୋଷ ପରିଡାଙ୍କ ‘ଅପ୍ରସ୍ତୁତ ମୃତ୍ୟୁ’, ଦାଶ ବେନହୁରଙ୍କ ‘ଅବଧାରିତ ଓ ଅନ୍ୟାନ୍ୟ ଗଳ୍ପ’, ବିଜୟ କୁମାର ଶତପଥୀଙ୍କ ‘କଂକଣଦାସୀ କଥା’, ବିୟତପ୍ରଜ୍ଞା ତ୍ରିପାଠୀଙ୍କ ‘ମାୟା’ ଏବଂ ପଦ୍ମଜ ପାଳଙ୍କ ‘ସୀତା ମୁଁ ସୀତା’ । ପ୍ରାଥମିକ ପୁସ୍ତକଚୟନ ମଣ୍ଡଳୀରେ ଡ. ବିରଞ୍ଚି କୁମାର ସାହୁ, ମଧୁସୁଦନ ଦାସ, ଡ. ପ୍ରଜ୍ଞା ପ୍ରବର୍ତ୍ତିକା ଦାଶ, ରତ୍ନମାଳାସ୍ୱାଇଁ, ଡ. ଜ୍ଞାନୀ ଦେବାଶିଷ ମିଶ୍ର ବିଚାରକ ଥିଲାବେଳେ ଚୂଡ଼ାନ୍ତ ପର୍ଯ୍ୟାୟର ବିଚାରକମାନେ ଥିଲେ ଡ. ଭଗବାନ ଜୟସିଂହ, ପ୍ରଫେସର କାଳୀଦାସ ମିଶ୍ର, ଡ. ଗୌରହରି ଦାସ, ସଦାନନ୍ଦ ତ୍ରିପାଠୀ, ବୈଜୟନ୍ତୀ ମିଶ୍ର, ସଂଯୁକ୍ତା ମହାନ୍ତି ଏବଂ ତାପସ କୁମାର ସାମନ୍ତରାୟ ।

ଏଥିସହିତ କଳା କ୍ଷେତ୍ରରେ ଜୀବନବ୍ୟାପି ସାଧନାର ଉତ୍କର୍ଷ ପାଇଁ ପ୍ରତିବର୍ଷ ଇମ୍ଫାଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୪ ମସିହା ପାଇଁ ଘୋଷିତ ହୋଇଛି । ବିଖ୍ୟାତ ଭାସ୍କର୍ଯ୍ୟଶିଳ୍ପୀ ସୁଦର୍ଶନ ସାହୁ ଏବଂ ପ୍ରସିଦ୍ଧ କଣ୍ଠଶିଳ୍ପୀତାନସେନ୍‌? ସିଂଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦରେ ଉଭୟଙ୍କୁ ଦୁଇଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଫଳକ ପ୍ରଦାନ କରାଯିବ । ସଙ୍ଗୀତ ବିଭାଗରେ ସୁସ୍ମିତା ଦାସ, ରତିକାନ୍ତ ଶତପଥୀ, ଶରତ ନାୟକ ଏବଂ ଚିତ୍ରକଳା ବିଭାଗରେ ପଞ୍ଚମୀ ମାନୁ ଉକୀଲ, ସତ୍ୟଭୂଷଣ ହୋତା ଓ ବୀରେନ୍ଦ୍ର ପାଣି ବିଚାରକ ଥିଲେ ।

ଏଠାରେ ସୂଚନାଯୋଗ୍ୟ ଯେ ବିଶିଷ୍ଟ ଶିଳ୍ପପତି ବୈଜ୍ଞାନିକ ଡ. ବଂଶୀଧର ପଣ୍ଡା ଓ ତାଙ୍କର ସହଧର୍ମିଣୀ କଳାବିଦୁଷୀଇଲା ପଣ୍ଡାଙ୍କର କଳାତ୍ମକ ଚେତନାର ଫଳଶ୍ରୁତି ହେଉଛି ଶାରଳା ପୁରସ୍କାର ଉତ୍ସବ । ୧୯୮୦ ମସିହାରୁ ପ୍ରଦାନ କରାଯାଇଆସୁଥିବା ଶାରଳା ପୁରସ୍କାର ୪୫ ବର୍ଷ ଧରି ଏହାର ଅଭିଯାତ୍ରା ଜାରି ରଖିଛି । ପରବର୍ତ୍ତୀ ସମୟରେ ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ ଏହି ଗୌରବମୟ ପରମ୍ପରାରେ ସାମିଲ ହୋଇଛି । ଇମ୍ପାକ୍ଟରଅନ୍ୟଏକ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ ରହିଛି “ଏକଲବ୍ୟ ପୁରସ୍କାର’, ଯାହାକି ପ୍ରତିବର୍ଷ ଓଡ଼ିଶାର ଯୁବ କ୍ରୀଡ଼ାବିତମାନଙ୍କୁ ସେମାନଙ୍କ ଉତ୍କର୍ଷ ପାଇଁ ପ୍ରଦାନ କରାଯାଇଆସୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking