35.2 C
Bhubaneswar
Tuesday, April 21, 2026
Homeଓଡିଶାପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସରପଞ୍ଚଙ୍କ ଗୁଳିମାଡ଼

ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ସରପଞ୍ଚଙ୍କ ଗୁଳିମାଡ଼

ବୌଦ୍ଧ: ପୂର୍ବ ଶତ୍ରୁତାରୁ ସରପଞ୍ଚଙ୍କ ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଅନ୍ତର୍ଗତ କଷୁରବନ୍ଧ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ଗୁରତର ଯୁବକ ଜଣକ ହେଲେ କସୁରବନ୍ଧ ଗାଁର ରାଜେନ୍ଦ୍ର କର୍ଣ୍ଣ।

ସୂଚନା ଅନୁଯାୟୀ, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା କୁହାଯାଉଛି। ଶୁକ୍ରବାର ରାତିରେ କଷୁରବନ୍ଧ ସରପଞ୍ଚ ସରୋଜ କର୍ଣ୍ଣ ଓ ତାଙ୍କ ବାପା,ଭାଇଙ୍କ ସହ ରାଜେନ୍ଦ୍ରଙ୍କର କୌଣସି କଥାକୁ ନେଇ ବଚସା ହୋଇଥିଲା। ସରପଞ୍ଚ ଉତ୍ତ୍ୟକ୍ତ ହୋଇ ରାଜେନ୍ଦ୍ରଙ୍କ ଉପରକୁ ପ୍ରଥମେ ଏକ ରାଉଣ୍ଡ ଫ୍ଲସ୍‌ ଫାୟାରିଂ କରିଥିଲେ। ପରେ ସେ ରାଜେନ୍ଦ୍ର ଦୁଇ ଗୋଡ଼କୁ ଦୁଇ ରାଉଣ୍ଡ ଗୁଳି ମାଡ଼ କରିଥିଲେ ।

ପରେ ସରପଞ୍ଚ ସରୋଜ ଏବଂ ତାଙ୍କ ବାପା ଓ ଭାଇ ମିଶି ରାଜେନ୍ଦ୍ରଙ୍କୁ ଲାଠିରେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଗୁରୁତର ରାଜେନ୍ଦ୍ରଙ୍କୁ ପରିବାର ଲୋକ ଉଦ୍ଧାର କରି ପ୍ରଥମେ ମନମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ପରେ ସୋନପୁର ଡାକ୍ତରଖାନରେ ଭର୍ତ୍ତି କରିଥିଲେ। ସରପଞ୍ଚଙ୍କ ବି‌ରୋଧରେ ମନମୁଣ୍ଡା ଥାନାରେ ପରିବାର ଲୋକେ ଅଭିଯୋଗ କରିଛନ୍ତି । ମନମୁଣ୍ଡା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking