27.1 C
Bhubaneswar
Tuesday, May 7, 2024
Homeଦେଶ ବିଦେଶସୌରଭ ଗାଙ୍ଗୁଲିଙ୍କ ଉପରେ ଜରିମାନା

ସୌରଭ ଗାଙ୍ଗୁଲିଙ୍କ ଉପରେ ଜରିମାନା

ନୂଆଦିଲ୍ଲୀ : କୋଲକାତା ହାଇକୋର୍ଟ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଉପରେ ଜରିମାନା ଲଗାଇଛନ୍ତି । ଗାଙ୍ଗୁଲିଙ୍କ ସହ ପଶ୍ଚିମବଙ୍ଗ ସରକାର ଓ ନଗର ନିର୍ମାଣ ବିଭାଗ ଉପରେ ମଧ୍ୟ କୋର୍ଟ ଜରିମାନା ଲଗାଇଛନ୍ତି । ଜମି ଆବଣ୍ଟନକୁ ନେଇ ଏହି ଜରିମାନା ଲାଗିଥିବା ସୂଚନା ମିଳିଛି ।

ହାଇକୋର୍ଟ ପୂର୍ବତନ ଭାରତୀୟ ଅଧିନାୟକ ଗାଙ୍ଗୁଲିଙ୍କୁ ୧୦ ହଜାର ଟଙ୍କାର ଫାଇନ ଲଗାଇଛନ୍ତି । ସେହିପରି ପଶ୍ଚିମବଙ୍ଗ ସରକାରଙ୍କ ଉପରେ ୫୦ ହଜାର ଓ ନିଗର ବିକାଶ ନିଗମ ଉପରେ ୩୦ ହଜାର ଟଙ୍କାର ଜରିମାନା ଲାଗିଛି ।

ସୂଚନାନୁସାରେ, ଗାଙ୍ଗୁଲି କୋଚିଂ ଦେବା ପାଇଁ ରାଜ୍ୟ ସରକାର ନ୍ୟୁଟାଉନ ଅଞ୍ଚଳରେ ନିୟମ କାନୁନକୁ ଦଳିମକଚି ଜମି ଯୋଗାଇଥିଲେ । ଏନେଇ ହାଇକୋର୍ଟରେ ପିଆଇଏଲ ଫାଇଲ ହୋଇଥିଲା । ଯେଉଁଥିରେ ୨ ଏକର ଜମିକୁ ନେଇ ପ୍ରଶ୍ନ ଉଠାଯାଇଥିଲା ।

ଜଷ୍ଟିସ ରାଜେଶ ବିନ୍ଦଲ ଓ ଜଷ୍ଟିସ ଅରିଜିତ ବାନାର୍ଜୀଙ୍କ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ । ଶୁଣାଣି କରି କୋର୍ଟ କହିଥିଲେ ଯେ, ଦେଶ ସଦାବେଳେ ଖେଳାଳିଙ୍କ ସହ ରହିଛି । ସୌରଭ ଗାଙ୍ଗୁଲି ସାରା ବିଶ୍ୱରେ ଦେଶ ପାଇଁ ଗର୍ବ ଆଣିଛନ୍ତି । କିନ୍ତୁ ସମ୍ବିଧାନ ଆଗରେ ସମସ୍ତେ ସମାନ । କେହି ଏହାଠୁ ଉପରେ ନୁହେଁ । ସୂଚନାଯୋଗ୍ୟ, ୨୦୧୬ରେ ଏହି ଜମିକୁ ନେଇ କୋର୍ଟରେ ଆବେଦନ ହୋଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking