ଭୁବନେଶ୍ୱର: ଏସସିବି ଟ୍ରାଜେଡିରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶୋକ ସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ସମାନ ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ସମ୍ପର୍କୀୟଙ୍କୁ ଆଶ୍ୱସନା ଦେଇ ସମବେଦନା ଜଣାଇଥିଲେ । ଘଟଣାସ୍ଥଳକୁ ଯାଇ ପରିଦର୍ଶନ କରିଥିଲେ । ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ସହ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ବିଚାର ବିଭାଗୀୟ ତଦନ୍ତର ରିପୋର୍ଟ ଆସିଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ । ସୂଚନା ଥାଉକି, ଆଜି ଏସସିବି ମେଡିକାଲର ଟ୍ରମା କେୟାର ଆଇସିୟୁରେ ବଡ ଧରଣ ଅଗ୍ନିକାଣ୍ଡ ଘଟିଥିଲା । ଯେଉଁଥିରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି ।










