35.7 C
Bhubaneswar
Saturday, April 18, 2026
Homeଓଡିଶାବୌଦ୍ଧରେ ଆଜିଠୁ ୨୨ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା

ବୌଦ୍ଧରେ ଆଜିଠୁ ୨୨ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା

ଭୁବନେଶ୍ୱର: ବୌଦ୍ଧରେ ଆଜିଠୁ ୨୨ତାରିଖ ଯାଏ ସ୍କୁଲ, କଲେଜ ଛୁଟି ଘୋଷଣା। ପ୍ରବଳ ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି। ସକାଳ ସମୟରେ ପରୀକ୍ଷା ଅନୁଷ୍ଠିତ ହୋଇପାରିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି।ସେହିପରି କଳାହାଣ୍ଡିରେ ଆଜିଠୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ କଲେଜ,ଅଙ୍ଗନୱାଡିକୁ ଛୁଟି ଘୋଷଣା କରାଯାଇଛି। ସୁବର୍ଣ୍ଣପୁର ଜିଲାରେ ମଧ୍ୟ ଶନିବାରଠାରୁ ଆସନ୍ତା ୨୨ତାରିଖ ପର୍ଯ୍ୟନ୍ତ ଏବଂ ବଲାଙ୍ଗୀରରେ ମଧ୍ୟ ଶନିବାରଠାରୁ ଆସନ୍ତା ୨୧ ତାରିଖ ଯାଏ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ତେବେ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଏସଓପି ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକ ଜାରି ରଖିବାକୁ ପରାମର୍ଶ ଦିଆଯାଇଛି। ପରୀକ୍ଷା ପରିଚାଳନା ସମୟରେ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସହ ଆବଶ୍ୟକ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking