ଭୁବନେଶ୍ୱର: ଗ୍ରୀଷ୍ମକୁ ଦୃଷ୍ଟିରେ ରଖି ସ୍କୁଲ ଛୁଟି ନିଷ୍ପତ୍ତି ଜିଲ୍ଲାପାଳମାନ ନେବେ । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । କହିଛନ୍ତି, ଏସଓପି ବାହାରେ ନିଷ୍ପତ୍ତି ନେବାକୁ ଜିଲ୍ଲାପାଳଙ୍କୁ ଅଧିକୃତ କରାଯାଇଛି । ଜିଲ୍ଲାପାଳ ଅନୁଭବ କଲେ ସ୍ୱତନ୍ତ୍ର ନିଷ୍ପତ୍ତି ନେଇପାରିବେ ।ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀ ସମୀକ୍ଷା କରିବେ । ଦିନେ ଦୁଇ ଦିନରେ ଆଲୋଚନା ପରେ ଅଧିକ ନିର୍ଦ୍ଦେଶାବଳୀ ଜାରି ହେବ ।