ପୁରୀ: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ । ସରକାରୀ , ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା । ଶିଶୁବାଟିକାରୁ ଯୁକ୍ତ- ୨ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ । ଉତ୍ତର ଓଡିଶା- ପଶ୍ଚିମ ବଙ୍ଗୋପସାଗରର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ । ବୁଧବାର ସକାଳ ୫.୩୦ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢିବା ସହ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ।










