31.1 C
Bhubaneswar
Tuesday, April 30, 2024
Homeଓଡିଶାଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା

ଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର : ସଂପ୍ରତି ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ତାପମାତ୍ରା ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ତିନିଦିନ ପାଇଁ ବନ୍ଦ କରିଛନ୍ତି । ଚଳିତ ଅପ୍ରେଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ସୂଚନା ଯୋଗ୍ୟ ଯେ ,ମଙ୍ଗଳବାର ଦିନ ସାଢ଼େ ୨ସୁଦ୍ଧା ଭୁବନେଶ୍ୱର ସମେତ ୬ ସହରରେ ପାରଦ ୪୦ ଡିଗ୍ରୀ ପାର୍ କରିଥିଲା । ଭୁବନେଶ୍ୱରରେ ସର୍ବାଧିକ ୪୧.୯ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିଲା । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି । ଏହି ସମୟରେ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବୃଦ୍ଧିପାଇବ । ଆସନ୍ତା ୨୦ତାରିଖ ଯାଏଁ କିଛି ସ୍ଥାନରେ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟ ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଏହାକୁ ଦୃଷ୍ଟିରେ ରଖି ଆସନ୍ତା କାଲିଠୁ ୩ ଦିନ ଯାଏଁ ସ୍କୁଲ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking