19.1 C
Bhubaneswar
Tuesday, February 3, 2026
Homeଓଡିଶା୫ ଜିଲ୍ଲାରେ ସ୍କୁଲ ଛୁଟି: ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା

୫ ଜିଲ୍ଲାରେ ସ୍କୁଲ ଛୁଟି: ଜିଲ୍ଲା ପ୍ରଶାସନ ପକ୍ଷରୁ ଘୋଷଣା

ଭୁବନେଶ୍ୱର: ବାତ୍ୟା ‘ଦାନା’ ପ୍ରଭାବରେ ରାଜ୍ୟର ବିଭିନ୍ନ ଭାଗରେ ପ୍ରବଳ ବର୍ଷା ଲାଗି ରହିଛି। ଏହାକୁ ଆଖି ଆଗରେ ରଖି ଆଜି ପାଇଁ ୫ଟି ଜିଲ୍ଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା ଓ କେନ୍ଦୁଝର। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲା ପାଇଁ ଆଜି ରେଡ ୱାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ । ଫଳରେ ଏହି ସବୁ ଜିଲ୍ଲାରେ ୨୦ ସେଣ୍ଟିମିଣ୍ଟରରୁ ଅଧିକ ବର୍ଷାହେବା ସମ୍ଭାବନା ରହିଛି। ତେଣୁ ପିଲାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ବନ୍ଦ ଘୋଷଣା କରାଯାଇଛି। ଭଦ୍ରକରେ ପ୍ରଥମରୁ ଦ୍ୱାଦଶ ଯାଏଁ ବନ୍ଦ ରହିବ ସମସ୍ତ ସ୍କୁଲ। ସେହିପରି, ମୟୂରଭଞ୍ଜରେ ସ୍କୁଲ୍ ବନ୍ଦ ପାଇଁ ନିଷ୍ପତ୍ତି ହୋଇଥିବାବେଳେ ବାଲେଶ୍ୱର ଜିଲ୍ଲାରେ ସ୍କୁଲ୍ ସହ ବନ୍ଦ ରହିବ କଲେଜ। କେନ୍ଦୁଝର ଜିଲ୍ଲାରେ ମଧ୍ୟ ପ୍ରଥମରୁ ଦ୍ବାଦଶ ଶ୍ରେଣୀ ପର୍ଯନ୍ତ ସ୍କୁଲଗୁଡ଼ିକ ବନ୍ଦ ରହିବାକୁ ଡିଇଓ ନିର୍ଦ୍ଦେଶ ଦେଇଛନ୍ତି। ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରବଳ ବର୍ଷା ଆଶଙ୍କାରେ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ଆଜି ବନ୍ଦ ରହିବ ବୋଲି ନିର୍ଦ୍ଦେଶ ଦିଆଯାଇଛି । ଏସବୁ ଜିଲ୍ଲାଗୁଡ଼ିକରେ କିଛି ସ୍କୁଲ୍ ଓ କଲେଜଗୁଡ଼ିକୁ ବାତ୍ୟା ଆଶ୍ରୟସ୍ଥଳୀ କରାଯାଇଥିବାରୁ ବନ୍ଦ ରଖିବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking