36.1 C
Bhubaneswar
Friday, March 27, 2026
Homeଓଡିଶା୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର: ମୋନ୍ଥାର ପ୍ରଭାବ ପାଇଁ ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏନେଇ ପ୍ରେସ୍‌ମିଟ୍ କରି ସୂଚନା ଦେଇଛନ୍ତି ଏସଆରସି ଦେଓରଞ୍ଜନ ସିଂହ। ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁସାରେ, ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାମୁଦ୍ରିକ ବାତ୍ୟା ‘ମୋନ୍ଥା’। ୨୮ ତାରିଖରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଛୁଇଁବ ବୋଲି ଆଶା କରାଯାଉଛି। ବର୍ତ୍ତମାନ ବାତ୍ୟା ମୋନ୍ଥା ସମୁଦ୍ର ମଧ୍ୟରେ ଗୋପାଳପୁର ଠାରୁ ୮୬୦କିମି ଏବଂ କାକିନାଡ଼ା ଠାରୁ ୭୧୦କିମି ଦୂରରେ କେନ୍ଦ୍ରୀଭୂତ ରହିଛି। ୨୮ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟାର ରୂପ ନେବ। ପରବର୍ତ୍ତୀ ମୁହୂର୍ତ୍ତରେ ଏହା ଆନ୍ଧ୍ରପ୍ରଦେଶ କାକିନାଡ଼ାରେ ଉପକୂଳ ଅତିକ୍ରମ କରିବ। ଏହି ସମୟରେ ଘଣ୍ଟାପ୍ରତି ପବନର ବେଗ ୯୦ରୁ ୧୦୦ କିଲୋମିଟର ଓ ଝଟକା ପବନର ବେଗ ୧୧୦ କିଲୋମିଟର ଯାଏ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking