24.1 C
Bhubaneswar
Thursday, May 9, 2024
Homeବ୍ରେକୀଙ୍ଗବଦଳିଲା ସ୍କୁଲ ସମୟ

ବଦଳିଲା ସ୍କୁଲ ସମୟ

ଭୁବନେଶ୍ୱର: ସକାଳୁଆ ସ୍କୁଲ ନେଇ ବଦଳିଲା ପୂର୍ବ ନିର୍ଦ୍ଧାରିତ ସମୟ । ନବମ ଓ ଏକାଦଶ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ ଟା ପର୍ଯ୍ୟନ୍ତ ସ୍କୁଲ ହେବ । ସେହିଭଳି ଦଶମ ଓ ଦ୍ୱାଦଶ ପିଲାଙ୍କ ପାଇଁ ସକାଳ ୮ରୁ ୧୨ଟା ପର୍ଯ୍ୟନ୍ତ ସ୍କୁଲ ହେବ । ସ୍କୁଲ ସମୟ ବଦଳିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ସୂଚନା ପ୍ରଦାନ କରିଛି । ପୂର୍ବରୁ ସକାଳ ୭ରୁ ମଧ୍ୟାହ୍ନ ୧ଟା ପର୍ଯ୍ୟନ୍ତ ସ୍କୁଲ ହେବ ବୋଲି ନିଷ୍ପତ୍ତି ହୋଇଥିଲା । ଗତ ୧ ତାରିଖରୁ ଏହି ୪ଟି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ସକାଳୁଆ ସ୍କୁଲ ହେଉଛି । ନବମ, ଏକାଦଶ ପିଲାଙ୍କ ପାଇଁ ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଚାଲୁଛି । ତେବେ ଦଶମ ଓ ଦ୍ବାଦଶ ପିଲାଙ୍କ ପାଇଁ ଅପରାହ୍ଣ ୧ଟା ପର୍ଯ୍ୟନ୍ତ ସ୍କୁଲ ଚାଲିବାକୁ ନେଇ ଅଭିଭାବକ ଓ ଛାତ୍ରଛାତ୍ରୀ ମହଲରେ ବିରୋଧ କରାଯିବା ପରେ ସରକାର ଏହି ସମୟରେ ପରିବର୍ତ୍ତନ କରିଥିବା ଜଣାପଡ଼ିଛି। ଖରା ପାଇଁ ସମସ୍ୟା ହେଉଥିବାରୁ ସମୟ ପରିବର୍ତ୍ତନ ନେଇ ତର୍ଜମା ଚାଲିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପୂର୍ବରୁ କହିଥିଲେ। ଖରା ପାଇଁ ସକାଳୁଆ ସ୍କୁଲ କରିବା ଲାଗି ଗତ ୨୭ ତାରିଖରେ ରାଜ୍ୟ ସରକାର ସୂଚନା ଦେଇଥିଲେ । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏ ନେଇ ଟ୍ୱିଟ୍‌‌ କରି ସୂଚନା ଦିଆଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking