ବ୍ରହ୍ମପୁର: ଗୋପାଳପୁର ଥାନା ବିଲୁ ଢାବା ନିକଟରେ ସଡକ ଦୁର୍ଘଟଣାରେ ଜଣଙ୍କ ଜୀବନ ଯାଇଛି । ବିଲୁ ଢାବା ନିକଟରେ ୨ଟି ସ୍କୁଟିକୁ ଗୋଟିଏ ପିକଅପ ଭ୍ୟାନ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଭାବେ ଆହତ ହୋଇଥିଲେ । ଗୁରୁତର ଆହତଙ୍କୁ ଉଦ୍ଧାର ପରେ ସେମାନଙ୍କୁ ଚିକିତ୍ସା ପାଇଁ ଏମକେସିଜିରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।