38.7 C
Bhubaneswar
Tuesday, June 16, 2026
Homeଓଡିଶାପିଜିଟି ଶିକ୍ଷକଙ୍କ ଦ୍ୱିତୀୟ ପର୍ଯ୍ୟାୟ ଦିଗଦର୍ଶନ କର୍ମଶାଳା:ପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି

ପିଜିଟି ଶିକ୍ଷକଙ୍କ ଦ୍ୱିତୀୟ ପର୍ଯ୍ୟାୟ ଦିଗଦର୍ଶନ କର୍ମଶାଳା:ପ୍ରଶିକ୍ଷଣ ନେବେ ୧୨୦ ଜଣ ପିଜିଟି

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର ଆୟୋଜନ କରାଯାଇଛି । ଶିରିପୁରସ୍ଥିତି ଇମେଜ୍ ଠାରେ ପ୍ରାୟ ୧୨୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ଉଦଘାଟନୀ ଅଧିବେଶନରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ରାଜ୍ଯ ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀମତୀ ସ୍ମିତା ରାଉତ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଶ୍ରୀମତୀ ନିୟତୀ ପଟ୍ଟନାୟକ, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସସ୍ମିତା ମାଳି, ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସ୍ନିଗ୍ଧା ମିଶ୍ର, ଉପନିର୍ଦ୍ଦେଶକ ଶ୍ରୀମତୀ ସି.ଏଚ୍. ବିଜୟଲକ୍ଷ୍ମୀ ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ଓଏଭି ନିର୍ଦ୍ଦେଶକ ଶ୍ରୀମତୀ ରାଉତ ପିଜିଟି ଶିକ୍ଷକଶିକ୍ଷୟିତ୍ରୀମାନଙ୍କୁ ଶିକ୍ଷକର ପ୍ରମୁଖ ଭୂମିକା ସମ୍ପର୍କରେ ଆଲୋଚନା କରିବା ସହ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣାର ଉତ୍ସ ହେବା ନିମନ୍ତେ ଉପଦେଶ ଦେଇଛନ୍ତି । ସମାଜ ଓ ଦେଶ ପାଇଁ ଉତ୍ତମ ନାଗରିକର ଗଠନର ଭାର ଶିକ୍ଷକଙ୍କ ଉପରେ ନ୍ୟସ୍ତ ଥାଏ ତେବେ ଛାତ୍ରଛାତ୍ରୀଙ୍କୁ ଉଚିତ୍ ଦିଗଦର୍ଶନ ଦେବା ଶିକ୍ଷକମାନଙ୍କ କର୍ତ୍ତବ୍ୟ ବୋଲି ସେ ମତ ପ୍ରକାଶ କରିଛନ୍ତି । ଉଚ୍ଚ ମାଧ୍ୟମିକ ଶିକ୍ଷା ହେଉଛି ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ବୋଲି କହିଛନ୍ତି ଉଚ୍ଚ ମାଧ୍ୟମିକ ନିର୍ଦ୍ଦେଶକ ଶ୍ରୀମତୀ ପଟ୍ଟନାୟକ । ଶିକ୍ଷା ଦେବା ନିମନ୍ତେ ନିଜେ ଶିକ୍ଷା ଗ୍ରହଣ କରିବାର ଆବଶ୍ୟକତା ରହିଛି ବୋଲି ସେ କହିବା ସହ ଏଥିପାଇଁ ଦିଗଦର୍ଶନ କର୍ମଶାଳା ସହାୟକ ହେବ ବୋଲି ସେ କହିଛନ୍ତି ।

ଏଥିସହ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ମାଳି ସ୍ବାଗତ ଅଭିଭାଷଣ ରଖି କର୍ମଶାଳାର ବିସ୍ତୃତି ବିବରଣୀ ପ୍ରଦାନ କରିଥିଲେ । ଉପନିର୍ଦ୍ଦେଶକ ଶ୍ରୀମତୀ ବିଜୟଲକ୍ଷ୍ମୀ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଯୁଗ୍ମନିର୍ଦ୍ଦେଶକ ଶ୍ରୀମତୀ ସ୍ନିଗ୍ଧା ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସୂଚନାଯୋଗ୍ୟ, ପିଜିଟି ଶିକ୍ଷକଶିକ୍ଷୟିତ୍ରୀଙ୍କୁ ନେଇ ଆୟୋଜିତ ଦିଗଦର୍ଶନ କର୍ମଶାଳା ଦୁଇଟି ପର୍ଯ୍ୟାୟରେ ଆୟୋଜନ କରାଯିବ । ଦ୍ବିତୀୟ ପର୍ଯ୍ୟାୟ କର୍ମଶାଳା ଜୁନ୍ ୧୬ ତାରିଖରୁ ଜୁନ୍ ୨୦ ତାରିଖ ଯାଏଁ ଅନୁଷ୍ଠିତ ହେବ । ଦ୍ବିତୀୟ ପର୍ଯ୍ୟାୟରେ ଓଡ଼ିଆ, ଇଂରାଜୀ ଓ ଶିକ୍ଷା (ଏଜୁକେସନ୍) ବିଷୟବସ୍ତୁର ୧୨୦ ଜଣ ପିଜିଟି ଯୋଗ ଦେଇଛନ୍ତି । ଏହି କର୍ମଶାଳାରେ ଜାତୀୟ ଶିକ୍ଷା ନୀତି ୨୦୨୦ ର ବିଭିନ୍ନ ଦିଗ, ଆଇସିଟିର ବ୍ୟବହାର, ଓଡିଶା ଏଜୁକେସନ୍ ରୁଲ୍, ସାମ୍ସ ଓ ଶିକ୍ଷାଜ୍ୟୋତି ପୋର୍ଟାଲର ବ୍ୟବହାର, ପୋଶ୍ ଆକ୍ଟ, ଛାତ୍ରବୃତ୍ତି, ପ୍ରଶାସନିକ ଭୂମିକା, ପରୀକ୍ଷା ଏବଂ ମୂଲ୍ୟାଙ୍କନ ଯୋଜନା, କ୍ୟାରିଅର ମାର୍ଗଦର୍ଶନ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking